• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଦ୍ୱୀପ ଉନ୍ନୟନ ଏଜେନ୍ସିର ସପ୍ତମ ବୈଠକରେ ଅଧ୍ୟକ୍ଷତା କଲେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ

by Voice of Victims
January 3, 2025
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ଦ୍ୱୀପ ଉନ୍ନୟନ ଏଜେନ୍ସିର ସପ୍ତମ ବୈଠକରେ ଅଧ୍ୟକ୍ଷତା କଲେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ଆଜି ନୂଆଦିଲ୍ଲୀରେ ଦ୍ୱୀପ ଉନ୍ନୟନ ଏଜେନ୍ସିର ସପ୍ତମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ଉପରାଜ୍ୟପାଳ ଆଡମିରାଲ (ଅବସରପ୍ରାପ୍ତ) ଡିକେ ଯୋଶୀ, ଲାକ୍ଷାଦ୍ୱୀପର ପ୍ରଶାସକ ପ୍ରଫୁଲ୍ଲ ପଟେଲ, କେନ୍ଦ୍ର ଗୃହ ସଚିବ ଗୋବିନ୍ଦ ମୋହନ, କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟର ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଏହି ବୈଠକରେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଲାକ୍ଷାଦ୍ୱୀପରେ ଚାଲିଥିବା ବିକାଶ କାର୍ଯ୍ୟର ସମୀକ୍ଷା କରିଥିଲେ। ବୈଠକରେ ଗୃହ ମନ୍ତ୍ରଣାଳୟ, ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ପ୍ରଶାସନ ଏବଂ ଲାକ୍ଷାଦ୍ୱୀପ ପ୍ରଶାସନ ଡିଜିଟାଲ ଯୋଗାଯୋଗ ଓ ବିମାନ ଯୋଗାଯୋଗରେ ସଂପ୍ରସାରଣ ଏବଂ ବନ୍ଦର ବିକାଶ ସମେତ ଉଭୟ ଦ୍ୱୀପରେ ଉନ୍ନୟନ ମୂଳକ ପ୍ରକଳ୍ପ ସମ୍ପର୍କରେ ବିସ୍ତୃତ ଉପସ୍ଥାପନା ପ୍ରଦାନ କରିଥିଲେ। ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଲାକ୍ଷାଦ୍ୱୀପରେ ସୌର ଏବଂ ପବନ ଶକ୍ତିର ବହୁଳ ବ୍ୟବହାର ଉପରେ ଗୃହମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଏବଂ ଲାକ୍ଷାଦ୍ୱୀପ ସୌର ପ୍ୟାନେଲ ଏବଂ ପବନକଳ ମାଧ୍ୟମରେ ଶତ ପ୍ରତିଶତ ଅକ୍ଷୟ ଶକ୍ତି ହାସଲ କରିବାକୁ ଲକ୍ଷ୍ୟ ହାସଲ କରିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ । ଉଭୟ ଦ୍ୱୀପରେ ‘ପିଏମ୍ ସୂର୍ଯ୍ୟ ଘର’ ଯୋଜନା ଅଧିନରେ ସମସ୍ତ ଘରେ ସୌର ଶକ୍ତି ପ୍ୟାନେଲ୍ ସ୍ଥାପନ କରିବାକୁ ଶ୍ରୀ ଶାହା କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେଇଥିଲେ। ଶ୍ରୀ ଅମିତ ଶାହା କହିଥିଲେ ଯେ ଏହି ଦ୍ୱୀପପୁଞ୍ଜ ଗୁଡ଼ିକ ଦିଲ୍ଲୀଠାରୁ ବହୁତ ଦୂରରେ ଥାଇପାରେ କିନ୍ତୁ ଏହା ଆମ ହୃଦୟର ନିକଟତର, ସେଗୁଡ଼ିକର ଭିତ୍ତିଭୂମିର ବିକାଶ ଏବଂ ପର୍ଯ୍ୟଟନ ସୁବିଧା ବୃଦ୍ଧି କରିବା ସରକାରଙ୍କ ପ୍ରାଥମିକତା । ମୋଦୀ ସରକାର ଏହି ଦ୍ୱୀପପୁଞ୍ଜର ସଂସ୍କୃତି ଓ ଐତିହ୍ୟକୁ ସଂରକ୍ଷିତ ରଖି ଏଠାରେ ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରୁଛନ୍ତି । ସେ କହିଛନ୍ତି ଯେ ଉଭୟ ଦ୍ୱୀପରେ ଭିତ୍ତିଭୂମି ବିକାଶ ସମ୍ବନ୍ଧୀୟ ପ୍ରକଳ୍ପଗୁଡିକ ଏକ ସାମଗ୍ରିକ ଦୃଷ୍ଟିକୋଣ ସହିତ ନିଆଯିବା ଉଚିତ୍। ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଲାକ୍ଷାଦ୍ୱୀପରେ ପର୍ଯ୍ୟଟନ, ବାଣିଜ୍ୟ ଏବଂ ଅନ୍ୟାନ୍ୟ କ୍ଷେତ୍ର ସହିତ ଜଡିତ ପ୍ରକଳ୍ପଉପରେ ମିଳିତ ଭାବେ କାର୍ଯ୍ୟ କରିବାକୁ କେନ୍ଦ୍ର ସରକାରଙ୍କ ସମସ୍ତ ସମ୍ପୃକ୍ତ ମନ୍ତ୍ରଣାଳୟକୁ ଗୃହମନ୍ତ୍ରୀ କହିଛନ୍ତି। ସମସ୍ତ ବକେୟା ପ୍ରସଙ୍ଗ ଓ ପ୍ରକଳ୍ପଗୁଡ଼ିକୁ ଯଥାଶୀଘ୍ର ଶେଷ କରିବା ପାଇଁ ସେ ସ୍ପଷ୍ଟ ନିର୍ଦ୍ଦେଶ ଦେଇଥିଲେ।

Post Views: 68
Share198Tweet124Send
Voice of Victims

Voice of Victims

Recent Posts

  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ
  • ଆସନ୍ତା ୧୨ ତାରିଖରେ ଚଳିତ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ, ଭାରତ କିମ୍ବା ଓଡ଼ିଶାରେ ହେବ ନାହିଁ ଦୃଶ୍ୟ
  • ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ସମାରୋହ, ଛାତ୍ରମାନଙ୍କୁ ଦେଲେ ଗୁରୁମନ୍ତ୍ର
  • ପ୍ରବଳ ବର୍ଷାରେ ବି ଥମିନି ଭକ୍ତିର ପଦଯାତ୍ରା, କାନ୍ଧରେ କାଉଡ଼ି, ହାତରେ ପାଣିଭାର—“ବୋଲବମ୍” ଧ୍ୱନିରେ ମୁଖର ରାସ୍ତା
  • ଓଡଗାଁ ଅଞ୍ଚଳ ଅଂଚଳବାସୀଙ୍କ ଦୂର ହେବ ବିଦ୍ୟୁତ କାଟ ସମସ୍ୟା : ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ ନୟାଗଡ଼-ଓଡ଼ଗାଁ ନୂତନ 33 କେଭି ଲାଇନ,ଉପକୃତ ହେବେ ଓଡଗାଁ ଓ ଶରଣକୁଳର 50 ହଜାର ଉପଭୋକ୍ତା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In