• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସମସ୍ତ ଜିଲ୍ଲାରେ ହେବ ମେଡିକାଲ କଲେଜ

by Voice of Victims
September 19, 2024
in ମୁଖ୍ୟ ଖବର, ରାଜ୍ୟ
ସମସ୍ତ ଜିଲ୍ଲାରେ ହେବ ମେଡିକାଲ କଲେଜ

ଭୁବନେଶ୍ୱର:  ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ମେଡିକାଲ କଲେଜ। ଖୁବ୍‌ ଶୀଘ୍ର ଏଥିନିମନ୍ତେ କାର୍ୟ୍ୟ ଖସଡ଼ା ପ୍ରସ୍ତୁତ ହୋଇ କାମ ଆରମ୍ଭ ହେବ ।’ ରାଜ୍ୟରେ ମୋହନ ସରକାରକୁ ଆଜି ୧୦୦ ଦିନ ପୂରୁଥିବା ବେଳେ ଏପରି ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏକ କାର୍ୟ୍ୟକ୍ରମରେ ଯୋଗ ଦେଇ ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ କାର୍ୟ୍ୟକ୍ଷମ ଅଛି। ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ପାଇପ ଲାଇନରେ ରହିଛି। ତାହା ମଧ୍ୟ ଖୁବଶୀଘ୍ର ଆରମ୍ଭ ହେବ। ଏହାବାଦ ଅନ୍ୟ ସବୁ ଜିଲ୍ଲାରେ ବି ଛିଡ଼ା ହେବ ମେଡିକାଲ କଲେଜ ।ସ୍ୱାସ୍ଥ୍ୟ ବିଭାଗ ଏ ସମ୍ପର୍କୀତ ସମସ୍ତ ବ୍ୟବସ୍ଥାର ତଦାରଖ କରୁଛି। ମେଡିକାଲ କଲେଜ ନିର୍ମାଣ ସହ ଅଧ୍ୟାପକ ନିଯୁକ୍ତି ଉପରେ ବି ଗୁରୁତ୍ୱାରୋପ କରାଯାଉଛି। ଆମ ରାଜ୍ୟବାସୀ ଯେପରି ଉନ୍ନତମାନର ସ୍ୱାସ୍ଥ୍ୟସେବା ପାଇପାରିବେ ସେଥିପ୍ରତି ସରକାର ଯତ୍ନବାନ ଓ ସଚେତନ ଅଛନ୍ତି। ଏଥିସହ ଏଦିଗରେ କାମ ଆରମ୍ଭ ମଧ୍ୟ ହୋଇଯାଇଛି ବୋଲି କହିଛନ୍ତି ମନ୍ତ୍ରୀ। ଅନ୍ୟପକ୍ଷରେ ମେଡିକାଲ କଲେଜରେ ଅବସରପ୍ରାପ୍ତ ଡାକ୍ତର ପାଠ ପଢ଼ାଇବେ । ଏନେଇ ଯୋଜନା କରାଯାଉଥିବା ଓଏଚୟୁ କୁଳପତି କହିଛନ୍ତି । ତେବେ ଏନେଇ ବିଭଗ ଓ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି । 

Post Views: 26
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In