• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସିଲା ତୃତୀୟ କିସ୍ତି ସୁଭଦ୍ରା ଟଙ୍କା; ଜୟପୁରରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

by Voice of Victims
August 9, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

ଭୁବନେଶ୍ୱର: ଆସିଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା । ରାଖୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ୧୫ରୁ ଊର୍ଦ୍ଧ୍ୱ ସୁଭଦ୍ରା ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଟଙ୍କା ବାଣ୍ଟିଛନ୍ତି । ଏକକାଳୀନ ୧ କୋଟି ହିତାଧିକାରୀଙ୍କୁ ଖାତାକୁ ଗଲା ୫ହଜାର ଟଙ୍କା ।

ତେବେ ଯେଉଁ ହିତାଧିକାରୀ ଭାବେ ପ୍ରଥମ ଦୁଇଟି କିସ୍ତିରେ ଟଙ୍କା ପାଇନାହାନ୍ତି, ସେମାନଙ୍କୁ ମଧ୍ୟ ଟଙ୍କା ପ୍ରଦାନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ଏପର୍ଯ୍ୟନ୍ତ ୨ଲକ୍ଷ ହିତାଧିକାରୀ ବାଦ୍ ପଡ଼ିଛନ୍ତି । ସେମାନଙ୍କୁ ଯୋଡ଼ିବା ପାଇଁ ଆଉଥରେ ସର୍ଭେ ହେବ । ୯୩ ହଜାର ହିତାଧିକାରୀ ମହିଳାଙ୍କୁ ୬୦ ବର୍ଷ ପୁରିଥିବାରୁ ବିଭାଗ ସେମାନଙ୍କୁ ଭତ୍ତା ପାଇଁ ଏସ୍‌ଏସ୍‌ଇପିଡିକୁ ପଠାଇଛି ।

ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ଜଣ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି । ସେହିପରି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା ଦ୍ୱିତୀୟ କିସ୍ତି ଟଙ୍କା ପାଇଛନ୍ତି । ପ୍ରଥମ କିସ୍ତି ଟଙ୍କା ଗତବର୍ଷ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ପ୍ରଦାନ କରାଯାଇଥିଲା । ଏହା ପରେ ଚଳିତ ବର୍ଷ ମହିଳା ଦିବସରେ ଦ୍ୱିତୀୟ କିସ୍ତି ଦିଆଯାଇଥିଲା । ପ୍ରତିବର୍ଷ ରାଖୀ ପୂର୍ଣ୍ଣିମା ଓ ମହିଳା ଦିବସରେ ସୁଭଦ୍ରା ଟଙ୍କା ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ସେହି ଆଧାରରେ ଆଜି ରାଖୀ ପୂର୍ଣ୍ଣିମାରେ ହିତାଧିକାରୀଙ୍କ ଖାତାକୁ ଯାଇଛି ଟଙ୍କା ।

Post Views: 52
Share198Tweet124Send
Voice of Victims

Voice of Victims

Recent Posts

  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ
  • ୪ ତାରିଖ ଯାଏଁ ଜାରି ରହିବ ଝଡ ବର୍ଷାର ପ୍ରଭାବ
  • ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୨ ରୁ ୪ ଲେନ୍ କରାଯାଉ, ମୋହନ ମାଝୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି
  • ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ, ୫୦ ବର୍ଷ ପରେ ଜହ୍ନକୁ ଗଲେ ମଣିଷ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In