• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଚଳିତ ବର୍ଷ ୧୦ ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

by Voice of Victims
July 16, 2024
in ମୁଖ୍ୟ ଖବର, ରାଜ୍ୟ
ଚଳିତ ବର୍ଷ ୧୦ ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ପିଲାମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ବିଭାଗ ଦ୍ବାରା ପରିଚାଳିତ ହେଉଥିବା ହଷ୍ଟେଲ ଗୁଡ଼ିକରେ ପିଲା ମାନଙ୍କ ଖାଦ୍ୟର ମାନ ବୃଦ୍ଧି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଏହାସହିତ ସ୍ଵାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ଵ ପ୍ରଦାନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଥିଲେ। ମନ୍ତ୍ରୀ ଓ ସଚିବ ମାନେ ନିୟମିତ ଭାବେ ବିଦ୍ୟାଳୟ ଓ ହଷ୍ଟେଲ ଗୁଡିକ ପରିଦର୍ଶନ କରି ଏହାର ପରିଚାଳନା ପଦ୍ଧତି ଯାଞ୍ଚ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବୈଠକର ଆଲୋଚନାରୁ ଜଣାଯାଇଥିଲା ଯେ ରାଜ୍ୟରେ ବିଭାଗ ଅଧିନରେ ଥିବା ୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରିବା ପାଇଁ ଅନୁମତି ମିଳିଛି । ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଥିଲେ ଯେ ଚଳିତ ବର୍ଷ ଅତି କମ୍‌ରେ ୧୦ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରାଯିବା ଆବଶ୍ୟକ। ଆଗକୁ ମଧ୍ୟ, Drop Out ହାର କମାଇବା ପାଇଁ ଅଧିକ ଉଚ୍ଚ ବିଦ୍ୟାଳୟକୁ up-gradation କରାଇବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ରାଜ୍ୟର ବିଭିନ୍ନ ପ୍ରାଥମିକ ସ୍କୁଲର ହଷ୍ଟେଲ ଗୁଡିକ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ହେଉଛି। ଆଦିବାସୀ ବହୁଳ ଜିଲ୍ଲା ଗୁଡିକରେ ଏହା ବିଶେଷ ଭାବରେ କାର୍ଯ୍ୟକାରୀ ହେଉଛି। ତେବେ ଏହାର ହଷ୍ଟେଲ ଗୁଡିକର ଅବସ୍ଥା ଭଲ ନ ଥିବାରୁ ଏଗୁଡିକର ଉନ୍ନତିକରଣ କରାଯାଇ ନୂଆ ହଷ୍ଟେଲ ନିର୍ମାଣ କରାଯାଉଛି। ଅଭିଭକ୍ତ କୋରାପୁଟ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ୩୦୧ଟି ହଷ୍ଟେଲର ଉନ୍ନତିକରଣ ପାଇଁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ଆଦିବାସୀ ଅଞ୍ଚଳ ଗୁଡିକରେ ଥିବା ହଷ୍ଟେଲ ଗୁଡିକର ଉନ୍ନତିକରଣର ଆବଶ୍ୟକତା ରହିଛି। ଏହି କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଆବଶ୍ୟକତା ଅନୁଯାୟୀ କେତେକ ହଷ୍ଟେଲକୁ ୧୦୦ ଆସନ ବିଶିଷ୍ଟ କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଏକଲବ୍ୟ ମଡେଲ ସ୍କୁଲ ପ୍ରତିଷ୍ଠା ସଂପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା। ଓଡିଶା ପାଇଁ ୧୧୪ଟି ସ୍କୁଲ ପାଇଁ ଅନୁମୋଦନ ଥିବାବେଳେ ବର୍ତ୍ତମାନ ସୁଦ୍ଧା ୩୨ଟି ସ୍କୁଲ କାର୍ଯ୍ୟକାରୀ କରୁଛି ଏବଂ ଏ ବର୍ଷ ଆଉ ୧୫ଟି ସ୍କୁଲ ଖୋଲିବାର କାର୍ଯ୍ୟକ୍ରମ ରହିଛି। ବିଭିନ୍ନ ବିଦ୍ୟାଳୟ ପାଇଁ ଯାହାସବୁ ଅନୁମୋଦନ ଆବଶ୍ୟକ, ବିଶେଷ କରି ଜଙ୍ଗଲ ଜମି ଅନୁମୋଦନ ପ୍ରକ୍ରିୟାକୁ ତ୍ବରାନ୍ବିତ କରି ଏହି ସ୍କୁଲ ଗୁଡିକୁ ଶୀଘ୍ର ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ବୈଠକରେ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ସଂପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ପିଲାଙ୍କ ଡ୍ରପ୍ ଆଉଟ୍‌ ରୋକିବା ପାଇଁ ମାଧୋ ସିଂ ହାତଖର୍ଚ୍ଚ ଯୋଜନା, ଜଙ୍ଗଲ ଜମି ଅଧିକାର ଯୋଜନା, ଅନ୍ବେଷା, ପି.ଏମ୍‌ ଜନମନ୍, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଆଦି ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରାଯାଇଥିଲା। ବୈଠକରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ,ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ରାଜସ୍ବ ଏବଂ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ସଚିବ ଶ୍ରୀମତୀ ରୂପାରୋଷନ ସାହୁ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Post Views: 36
Tags: this year
Share198Tweet124Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In