• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଧ୍ୟାତ୍ମିକ

ସିଂହଦ୍ୱାର ସମ୍ମୁଖରେ ତିନି ରଥ, ବୁଧବାର ସୁନାବେଶ

by Voice of Victims
July 15, 2024
in ଆଧ୍ୟାତ୍ମିକ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସିଂହଦ୍ୱାର ସମ୍ମୁଖରେ ତିନି ରଥ, ବୁଧବାର ସୁନାବେଶ

ଭୁବନେଶ୍ବର: ପୁରୀରେ ସରିଲା ନବ ଦିନାତ୍ମକ ଯାତ୍ରା । ଶରଧାବାଲିରୁ ବଡ଼ ଦେଉଳ ବାହୁଡ଼ିଲେ ଚତୁର୍ଦ୍ଧାମୁରତି । ବାହୁଡ଼ା ଦଶମୀରେ ଶ୍ରୀମନ୍ଦିର ଫେରିଛନ୍ତି ତିନି ଦିଅଁ । ପ୍ରଥମେ ବେଗେ ବେଗେ ବଡ଼ ଠାକୁର ବଳଭଦ୍ର ଶ୍ରୀମନ୍ଦିର ନିକଟରେ ପହଞ୍ଚିଥିବା ବେଳେ ପଛେ ପଛେ ପହଞ୍ଚିଥିଲେ ସାନ ଭଉଣୀ । ଏହାପରେ ଗହଳି ଧରି ସିଂହଦ୍ୱାରରେ ପହଞ୍ଚିଥିଲେ ହଟିଆ ଠାକୁର କାଳିଆ ସାଆନ୍ତ । ଭକ୍ତି ଓ ଭାବରେ ଭିଜିଲା ଶ୍ରୀକ୍ଷେତ୍ର । ସଭିଏଁ ହେଲେ ଏକାକାର । ଏହାସହିତ ଶେଷ ହୋଇଛି ଶ୍ରୀବିଗ୍ରହଙ୍କ ନବଦିନାତ୍ମକ ଯାତ୍ରା । ସିଂହଦ୍ୱାରରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପ୍ରବଳ ଭିଡ଼ ଜମିଛି । ବୁଧବାର ଜଗତଜନଙ୍କୁ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ । ରାତି ପାହୁ ପାହୁ ଆଜି ଶରଧାବାଲିରୁ ସିଂହଦ୍ୱାର ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ ଜମିଥିଲା । ଘଣ୍ଟଘଣ୍ଟା, ଶଙ୍ଖ ଧ୍ୱନୀରେ ଫାଟି ପଡୁଥିଲା ବଡ଼ଦାଣ୍ଡ । ତାରି ଭିତରେ ନାକଚଣା ଦ୍ୱାରରେ ତିନିଠାକୁରଙ୍କ ଅପେକ୍ଷାରେ ଥିଲା ତିନି ରଥ । ଆଡ଼ପ ମଣ୍ଡପରୁ ସଅଳ ନୀତିକାନ୍ତି ବଢ଼ାଇ ବାହୁଡ଼ିବାକୁ ପ୍ରସ୍ତୁତ ହେଉଥିଲେ କଳା ମୁକୁନ୍ଦ । ଆଉ ଶରଧାବାଲିକୁ ବର୍ଷା ଛୁଇଁଯିବା ପରେ ନିର୍ଦ୍ଧାରିତ ସମୟର ଢେର ଆଗରୁ ଆରମ୍ଭ ହୋଇଥିଲା ପହଣ୍ଡି । ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ପରେ ବଡ଼ଭାଇ ବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ପୁଷ୍ପବୃଷ୍ଟି ସମ ଝିପିଝିପି ବର୍ଷାରେ ଟାହିଆ ହଲେଇ ଝୁଲି ଝୁଲି ନନ୍ଦିଘୋଷ ରଥକୁ ଆସିଥିଲେ କାଳିଆଠାକୁର । ଅନ୍ୟ ରୀତିନୀତି ପରେ ଶ୍ରୀନଅରରୁ ଆସି ଶରଧାବାଲିରେ ପହଞ୍ଚିଥିଲେ ଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଆରମ୍ଭ ହୋଇଥିଲା ଛେରାପହଁରା । ଏହାପରେ ପହଞ୍ଚି ଯାଇଥିଲା ସେଇ ମହାର୍ଘ ମୁହୂର୍ତ୍ତ । ଦିନ ପ୍ରାୟ ସାଢ଼େ ୩ଟାରେ ପ୍ରଥମେ ଘର୍ଘର ନାଦରେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡ଼ିବା କ୍ଷଣି ଭକ୍ତିରେ ଉଛୁଳି ଉଠିଥିଲା ପରିବେଶ । ତାଳଧ୍ୱଜ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ କାଳିଆ ଠାକୁରଙ୍କ ନନ୍ଦିଘୋଷ’ରଥକୁ ଶ୍ରୀମନ୍ଦିର ଆଡ଼କୁ ଟାଣି ନେଇଥିଲେ ଲକ୍ଷ ଲକ୍ଷ ଭକ୍ତ । ଟିକେ ଖରା ଟିକେ ଛାଇର ସୁନ୍ଦର ପାଗ ତହୁଁ ସୁନ୍ଦର ଭକ୍ତିମୟ ପରିବେଶ । ଭକ୍ତଙ୍କ ଭିଡ଼ର ଦରିଆରେ ବିଶାଳ ପୋତ ଭଳି ଗଡ଼ି ଚାଲିଥିଲେ ତିନି ରଥ ତ ଢେଉ ପରେ ଢେଉ ଭଳି ପୂରା ବଡ଼ଦାଣ୍ଡରେ ଖେଳୁଥିଲା ଆଧ୍ୟାତ୍ମିକତାର ଅପୂର୍ବ ଶିହରଣ । ଏସବୁ ଭିତରେ କିଛି ସମୟ ରଥତ୍ରୟ ଅଟକିଥିଲେ ମାଉସୀ ମାଆଙ୍କ ମନ୍ଦିର ଆଗରେ । ସେଠୁ ପୋଡ଼ପିଠା ଖାଇ ପୁଣି ସିଂହଦ୍ୱାର ଅଭିମୁଖେ ବାହାରିଥିଲେ ତିନିଠାକୁର । ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱରରେ ପହଞ୍ଚିଥିଲେ । ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଥିଲେ । ଶେଷରେ ପହଞ୍ଚି ଥିଲେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ । ଶ୍ରୀଜଗନ୍ନାଥଙ୍କ ରଥକୁ ସିଂହଦ୍ୱାରକୁ ଆଣିବା ପୂର୍ବରୁ ଶ୍ରୀନଅର ସମ୍ମୁଖରେ ସଂପନ୍ନ ହୋଇଥିଲା ଲକ୍ଷ୍ମୀ ନାରାୟଣ ଭେଟ । ଚଳିତ ବର୍ଷ ବାହୁଡ଼ା ଯାତ୍ରାର ଦିନକ ପରେ ଅନୁଷ୍ଠିତ ହେବ ସୁନାବେଶ । ପ୍ରତି ବର୍ଷ ବାହୁଡ଼ା ପରଦିନ ସୁନାବେଶ ହୋଇଥାଏ । କିନ୍ତୁ ଚଳିତବର୍ଷ ବାହୁଡ଼ାର ଗୋଟିଏ ଦିନ ପରେ ଅର୍ଥାତ ବୁଧବାର ସୁନାବେଶ ଅନୁଷ୍ଠିତ ହେବାକୁ ଯାଉଛି । ଆଷାଢ଼ ଶୁକ୍ଲ ଏକାଦଶୀ ଦିନ ସିଂହଦ୍ୱାରଠାରେ ଦଣ୍ଡାୟମାନ ଥିବା ତିନିରଥ ଉପରେ ଆକର୍ଷଣୀୟ ସୁନାବେଶ ହୋଇ ଲକ୍ଷ ଲକ୍ଷ ଭକ୍ତଙ୍କ ସମ୍ମୁଖରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ସୁନାବେଶ ସାମଗ୍ରୀ ଭଣ୍ଡାର ଘରୁ ପାଳିଆ ମେକାପ, ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ, ପୁଲିସ, ମନ୍ଦିର ଅଧିକାରୀ ତଥା ଗାରଦ କର୍ମଚାରୀମାନଙ୍କ ସହାୟତାରେ ତିନିରଥ ଉପରକୁ ଆସିଥାଏ । ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରଭୃତି ସେବକମାନେ ଉପସ୍ଥିତ ରହି ଶ୍ରୀବିଗ୍ରହମାନଙ୍କ ସୁନାବେଶ କରିଥାନ୍ତି ।

Post Views: 36
Share199Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In