• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବାଟରେ ଅଟକିଲେ ତିନି ଠାକୁର

by Voice of Victims
July 7, 2024
in ମୁଖ୍ୟ ଖବର, ରାଜ୍ୟ
ବାଟରେ ଅଟକିଲେ ତିନି ଠାକୁର

ଭୁବନେଶ୍ବର: ରବିବାର ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚଳିତ ବର୍ଷ ଦୁଇ ଦିନ ହେବ ରଥ ଟଣା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଥିଲେ ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ ରଥାରୂଢ଼ ହୋଇଥିଲେ। ପରେ ବଡ଼ଠାକୁର ବଳଭଦ୍ର ପରେ ମା’ ସୁଭଦ୍ରା ଏବଂ ଶେଷରେ କାଳିଆ ସାଆନ୍ତ ପହଣ୍ଡିରେ ଆସି ରଥରେ ବିରାଜମାନ କରିଥିଲେ। ରଥାରୂଢ଼ ୩ ଠାକୁରଙ୍କୁ ଛେରାପହଁରା କରିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ସମସ୍ତ ନୀତିକାନ୍ତି ଶେଷ ପରେ ଅପରାହ୍ନରେ ଆରମ୍ଭ ହୋଇଥିଳା ରଥ ଟଣା। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ଗଡିଥିଲା ତାଳଧ୍ବଜ ରଥ। ପରେ ମା’ ସୁଭଦ୍ରଙ୍କ ଦର୍ପଦଳନ ରଥଟଣା ହୋଇଥିଲା। ଶେଷରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥଟଣା ହୋଇଥିଲା। ଏଥର ଦୁଇ ଦିନିଆ ରଥ ଟଣା ଯୋଗୁ ରବିବାର ଅଳ୍ପ ବାଟ ଯାଇ ଅଟକିଛନ୍ତି ଶ୍ରୀଜିଉ। ମରିଚିକୋଟ ଛକରେ ଅଟକି ରହିଛି ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ। ସେହିପରି ଶ୍ରୀକୃଷ୍ଣ ସିନେମା ହଲ ପାଖରେ ଅଟକିଛି ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ। ସିଂହଦ୍ବାରଠାରୁ ମାତ୍ର ସ୍ବଳ୍ପ ଦୂରଯାଇ ଅଟକିଛି କାଳିଆ ସାଆନ୍ତଙ୍କ ନନ୍ଦିଘୋଷ। ସୋମବାର ପୁଣି ରଥଟଣା ହୋଇ ଶରଧାବାଲିରେ ପହଞ୍ଚିବ ତିନି ରଥ। ଏହି ଅବସରରେ ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହୋଇଉଠିଛି ଶ୍ରୀକ୍ଷେତ୍ର। ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲାଗିଛି ଲକ୍ଷାଧିକ ଭକ୍ତଙ୍କ ଭିଡ଼। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Post Views: 99
Share198Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In