• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଶରଧାବାଲିରେ ଠେଲାପେଲା ଦଳାଚକଟା, ୩ ମୃତ

by Voice of Victims
June 29, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଶରଧାବାଲିରେ ଠେଲାପେଲା ଦଳାଚକଟା, ୩ ମୃତ

ପୁରୀ : ପୁରୀ ଶରଧାବାଲିରେ ଠେଲାପେଲା ଦଳାଚକଟା । ତିନି ଭକ୍ତଙ୍କ ଜୀବନ ଯାଇଛି । ସେମାନଙ୍କ ଭିତରୁ ଦୁଇ ଜଣ ପୁରୁଷ ଥିବା ବେଳେ ଜଣେ ମହିଳାଙ୍କ ମୃତ୍ୟ ହୋଇଛି । ମୃତକମାନେ ହେଲେ ଖୋର୍ଦ୍ଧା ଗୋବର୍ଦ୍ଧନପୁର ଅଞ୍ଚଳର ବାସନ୍ତୀ ସାହୁ , ନୟାପଲ୍ଲୀ ଅଞ୍ଚଳର ପ୍ରେମକାନ୍ତ ମହାନ୍ତି ଏବଂ ବାଲିପାଟଣା ଅଠାନ୍ତର ଅଞ୍ଚଳର ପ୍ରଭାତୀ ଦାସ।

ସୂଚନା ଅନୁସାରେ ଶରଧାବାଲିରେ ୩ ରଥ ଲାଗିବା ପରେ ଠାକୁରଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲେ । ରାତି ସମୟରେ ଭିଡ଼ ବଢ଼ି ଚାଲିଥିଲା । ତେବେ ରାତି ପ୍ରାୟ ୧୨ଟା ୧୫ ବେଳକୁ ଠାକୁରଙ୍କ ପହୁଡ଼ ପଡ଼ିଯାଇଥିଲା, ଯାହା ପୂର୍ବ ବର୍ଷଗୁଡ଼ିକ ତୁଳନାରେ ଶୀଘ୍ର ହୋଇଥିଲା । ତେବେ ଆଜି ଭୋର ୪ ସମୟରେଦର୍ଶନ ପାଇଁ ଆସିଥିବା ହଜାର ହଜାର ଶ୍ରଦ୍ଧାଳୁଙ୍କ ଜନସମାଗମ ଯୋଗୁଁ ଦଳାଚକଟା ହୋଇଛି । ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି । ଯେଉଁ ସ୍ଥାନରେ ଦଳାଚକଟା ହୋଇଛି ସେଠାରେ ପ୍ରଶାସନ ତରଫରୁ ପୂର୍ବରୁ କୌଣସି ସୁରକ୍ଷା କିମ୍ବା ପୋଲିସ ବାହନୀ ସେଠାରେ ଉପସ୍ଥିତ ନଥିଲେ । ଯେଉଁ କାରଣରୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ ଠେଲାପେଲା-ଦଳାଚକଟା ହୋଇଥିଲା ।

ସେହିପରି ରଥଯାତ୍ରା ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ‘ନନ୍ଦିଘୋଷ’ରଥ ନଗଡ଼ିବାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ତୀବ୍ର ଆକ୍ରୋଶ ଦେଖିବାକୁ ମିଳିଥିଲା । ଯଦିଓ ମହାପ୍ରଭୁଙ୍କ ପହଣ୍ଡିଠୁ ଆରମ୍ଭ କରି ସମସ୍ତ ପ୍ରକାରର ନୀତିକାନ୍ତି ସୁରୁଖୁରରେ ସମ୍ପନ୍ନ ହୋଇଥିଲେ ମଧ୍ୟ ଭିଡ଼ ନିୟନ୍ତ୍ରଣରେପୋଲିସ କାହିଁକି ବିଫଳ ହେଲା ତାକୁ ନେଇ ପ୍ରଶ୍ନ ଉଠିଛି ।  ଏହା ପର ଦିନ ମନ୍ଦିର ପ୍ରଶାସନ ପକ୍ଷରୁ ଦ୍ୱିତୀୟ ଦିନରେ ରଥଟଣା କାର୍ଯ୍ୟ ପ୍ରାୟ ସକାଳ ୯ଟା ୫୦ମିନିଟରେ ଆରମ୍ଭ ହୋଇଥିଲା ।  ମହାପ୍ରଭୁଙ୍କ ନନ୍ଦିଘୋଷଙ୍କ ରଥ ଦିନ ପ୍ରାୟ ୧ଟା ୧୦ମିନିଟରେ ଶରଧାବାଲିରେ ପହଂଚିଥିଲା ।  ଏହାପୂର୍ବରୁ ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖସ୍ଥ ଶରଧାବାଲିରେ ପହଂଚିଥିଲା ।

Post Views: 98
Share199Tweet125Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In