• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସମବାୟକୁ ସଶକ୍ତ କରିବା ପାଇଁ ସମବାୟପ୍ରେମୀଙ୍କୁ ସଦସ୍ୟତା ଆରମ୍ଭ କଲା ବିଜେପି

by Voice of Victims
September 5, 2024
in ମୁଖ୍ୟ ଖବର, ରାଜ୍ୟ
ସମବାୟକୁ ସଶକ୍ତ କରିବା ପାଇଁ ସମବାୟପ୍ରେମୀଙ୍କୁ ସଦସ୍ୟତା ଆରମ୍ଭ କଲା ବିଜେପି

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସମବାୟ ପ୍ରକୋଷ୍ଠ ବୈଠକରେ ଯୋଗ ଦେଇ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ଯେ, କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଶ୍ରୀଯୁକ୍ତ ଅମିତ ଶାହାଙ୍କ ନେତୃତ୍ୱରେ ବର୍ତମାନ ସମଗ୍ର ଦେଶରେ ସମବାୟ ବ୍ୟବସ୍ଥାକୁ ସୁଦୃଢ କରାଯାଉଛି। ସମବାୟକୁ ଗ୍ରାମାଚଂଳରେ ବିଜନେସ୍‌ର ହବ୍ ଭାବେ ପରିଣତ କରାଯିବ। ସମବାୟ ସଂସ୍ଥା ଜରିଆରେ କୃଷି ଋଣ ସମେତ ଓøଷଧ, ପେଟ୍ରୋଲ, ଡିଜେଲ, କୀଟନାଶକ ଓ ସାର ଆଦି ଉପଲବ୍ଧ କରାଯିବା ସହିତ ସୌରଚାଳିତ ଶୀତଳ ଭଣ୍ଡାର, ଗୋଦାମ ଗୃହ, ଜନସେବା କେନ୍ଦ୍ର, ବ୍ୟାଂକ ଓ ଏଟିଏମ, କିଷାନ ସମୃଦ୍ଧି କେନ୍ଦ୍ର ପ୍ରତିଷ୍ଠାକୁ ପ୍ରାଧାନ୍ୟ ଦିଆଯିବ। ଏହା ଦ୍ୱାରା ଗ୍ରାମ୍ୟ ଅର୍ଥନୀତିକୁ ସମୃଦ୍ଧ ହୋଇପାରିବ ବୋଲି ଶ୍ରୀ ସାମଲ କହିଛନ୍ତି। ରାଷ୍ଟ୍ରବାଦ ବିଚାରଧାରାର ଅଧିକରୁ ଅଧିକ ସଦସ୍ୟ ସମବାୟ ସହିତ ଯୋଡି ହୋଇ ସମବାୟ ସଂସ୍ଥାଗୁଡିକୁ ଲୋକାଭୀମୁଖୀ କରିବା ପାଇଁ ରାଜ୍ୟ ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳସାମନ୍ତ ଏହି ବୈଠକରେ ଯୋଗ ଦେଇ କହିଛନ୍ତି। ବର୍ତମାନ ବିଜେପି ସଦସ୍ୟତା ଅଭିଯାନର ଶୁଭାରମ୍ଭ ହୋଇଛି। ଏହି ଅଭିଯାନରେ ରାଜ୍ୟର ସମବାୟ ବ୍ୟବସ୍ଥା ସହିତ ସଂଶ୍ଳିଷ୍ଟ ପ୍ରାୟ ୧ ଲକ୍ଷ୍ୟ ସଦସ୍ୟଙ୍କୁ ସଦସ୍ୟତା କରାଯିବ। ସମସ୍ତ ପ୍ରାଥମିକ ସମବାୟ ସମିତିର ନେତା ଓ ସମବାୟବିତ୍‌ମାନଙ୍କୁ ଦଳରେ ସାମିଲ କରିବା ପାଇଁ ନିଷ୍ପତି ନିଆଯାଇଛି ବୋଲି ବିଜେପି ସମବାୟ ପ୍ରକୋଷ୍ଠ ରାଜ୍ୟ ସଂଯୋଜକ ଶ୍ରୀ ଶ୍ରୀରଂଜନ ମଙ୍ଗରାଜ କହିଛନ୍ତି। ଏହି ବୈଠକରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ପୂର୍ବତନ ସମବାୟ ମନ୍ତ୍ରୀ ଅରବିନ୍ଦ ଢ଼ାଲି, ଉପସଭାପତି ଗୋଲକ ମହାପାତ୍ର, ସାଧାରଣ ସମ୍ପାଦକ ଶାରଦା ପ୍ରସାଦ ଶତପଥୀ, ରାଜ୍ୟ ମୁଖ୍ୟ ମୁଖପାତ୍ର ସଜ୍ଜନ ଶର୍ମା, ବରିଷ୍ଠ ନେତା ସୁଦର୍ଶନ ନାୟକ, ଯଜେ୍ଞଶ୍ୱର ବାବୁ, ପବିତ୍ର ଦାସ, ଅକ୍ଷୟ ମହାନ୍ତି, ଇଂ.ଅଜୟ ସାହୁ, ରଞ୍ଜିତ୍ ଆଚାର୍ଯ୍ୟ, କଲ୍ୟାଣ ଚାଟାର୍ଜୀ, ଅରଣ ଭଟ୍ଟମିଶ୍ର, ଶେଷକୁମାର ମେହେର ଓ ସୈାମ୍ୟରଂଜନ ଲେଂକା ପ୍ରମୁଖଙ୍କ ସମେତ ସମସ୍ତ ଜିଲ୍ଲା ସଦସ୍ୟ ଟୋଲିର ସଦସ୍ୟ ଓ ସଦସ୍ୟାମାନେ ଉପସ୍ଥିତ ଥିଲେ।

Post Views: 38
Tags: To strengthen cooperatives
Share199Tweet124Send
Voice of Victims

Voice of Victims

Recent Posts

  • ଭାରତରେ ପୁଣି ଭୂକମ୍ପ ଝଟକା, ନାସିକରେ ଦୁଇଥର ଥରିଲା ଭୂମି
  • ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In