• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଧ୍ୟାତ୍ମିକ

ଆଜି ଶାମ୍ବ ଦଶମୀ, ଠିକରେ ପୂଜା ନ କଲେ ପଡିପାରେ ବିପଦ

by Voice of Victims
January 20, 2024
in ଆଧ୍ୟାତ୍ମିକ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଆଜି ଶାମ୍ବ ଦଶମୀ, ଠିକରେ ପୂଜା ନ କଲେ ପଡିପାରେ ବିପଦ

ଭୁବନେଶ୍ବର: ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ। ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ। ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ। ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-“ଅଇଲା ଚିତୋଉ ନାନୀ, ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ, ସବୁ ଓଷା ବାର ଏଇଠି ଥାଉ।” ଶାମ୍ବ ଦଶମୀକୁ ଚାନ୍ଦ୍ରମାନ ବର୍ଷର ଶେଷ ପର୍ବ କହିବାର ତାତ୍ପର୍ଯ୍ୟ ହେଉଛି ଏହାପରେ ଚିତାଲାଗି ଅମାବାସ୍ୟା ପର୍ଯ୍ୟନ୍ତ ପ୍ରାୟ ଛଅମାସ ପର୍ଯ୍ୟନ୍ତ ଆଉ ଏତେ ପିଠାପଣାର ପର୍ବ ପଡ଼େ ନାହିଁ। ଓଡ଼ିଆଙ୍କ ସୁସ୍ୱାଦୁ, ସୁମିଷ୍ଟ, ତୃପ୍ତିକର ଖାଦ୍ୟ ପ୍ରସ୍ତୁତି ଦକ୍ଷତାର ଅସଲ ନିଦର୍ଶନା କଥା ଅଛି-“ଶାମ୍ବର ଦଶମୀରେ ମଣିଷ ଗୋଟିଏକୁ ପିଠା ଗୋଟିଏ।” କୃଷିପ୍ରଧାନ ଓଡ଼ିଶା ରାଜ୍ୟରେ ଏ ସମୟ ପନିପରିବାର ପ୍ରାଚୁର୍ଯ୍ୟର ସମୟ। ବିଭିନ୍ନ ପନିପରିବାରେ ଏ ପର୍ବରେ ଯେଉଁ ତରକାରୀ ପ୍ରସ୍ତୁତ ହୁଏ, ତାକୁ “ଘଡ଼ଘଡ଼ା ତିଅଣ” କୁହାଯାଏ। ଏହି ପର୍ବର ମୁଖ୍ୟ ହେଉଛି ଏହି ଘାଣ୍ଟ ତରକାରୀ ଘଡ଼ାଘଡ଼ା ତିଅଣ।
ପୂଜାବିଧି: ନାରୀମାନେ ନିଜ ସନ୍ତାନସନ୍ତତିଙ୍କ ମଙ୍ଗଳ କାମନା କରି ଶାମ୍ବଦଶମୀ ପର୍ବ ନିଷ୍ଠାର ସହ ପାଳନ କରନ୍ତି। ଏହି ପର୍ବର ବିଶେଷତ୍ୱ ହେଉଛି ସୂର୍ଯ୍ୟଙ୍କର ଆକାଶରେ ତିନି ସ୍ଥିତିକୁ ଲକ୍ଷ୍ୟ କରି ଘରେ ତିନି ପ୍ରକାର ଧୂପ ବା ପୂଜା ଅନୁଷ୍ଠିତ ହୋଇଥାଏ। ଅରୁଣୋଦୟ ସମୟରେ ପ୍ରଥମ ଧୂପ ହୁଏ। ହିନ୍ଦୁ ନାରୀ ଶୁଦ୍ଧପୂତ ଶୁଚିମନ୍ତ ହୋଇ ଏହି ମୂହୁର୍ତ୍ତରେ ଫଳମୂଳ ଓ ମିଷ୍ଟାନ୍ନ ଇତ୍ୟାଦି ନୈବେଦ୍ୟ ବାଢ଼ନ୍ତି। ଏହି ବ୍ରାହ୍ମମୁହୂର୍ତ୍ତରେ ପୂଜାନୈବେଦ୍ୟ ବା ପ୍ରଥମ ଧୂପ ଅନୁଷ୍ଠାନ କରି ସୂର୍ଯ୍ୟପୁରାଣ ପାରାୟଣ କରିଥାନ୍ତି। ମଧ୍ୟାହ୍ନରେ ମଧ୍ୟାହ୍ନ ସୂର୍ଯ୍ୟ ତେଜୋଦୀପ୍ତ ଭାସ୍କରଙ୍କୁ ଦ୍ୱିତୀୟ ଧୂପ ଦିଆଯାଏ। ଏହା ଶାମ୍ବ ଦଶମୀର ମୁଖ୍ୟ ଧୂପ। ଏଥିରେ ଗଇଁଠା, ଅଟକାଳି, ବିଭିନ୍ନ ପ୍ରକାରର ପିଠା, ଖେଚୁଡ଼ି, ଘଡ଼ଘଡ଼ା ତିଅଣ ଆଦି ଭୋଗ ହୁଏ। ଶେଷଧୂପ ବା ତୃତୀୟ ଧୂପ ହେଉଛି ସନ୍ଧ୍ୟା ସମୟର ଅସ୍ତାଚଳଗାମୀ ସୂର୍ଯ୍ୟଦେବଙ୍କ ନିମିତ୍ତ। ଏହି ଧୂପରେ ମଧ୍ୟ ଏଣ୍ଡୁୁରି, କାକରା, ମାଲପୁଆ, ଗଜା ଆଦି ନୈବେଦ୍ୟ ଅର୍ପଣ କରାଯାଇଥାଏ।

Post Views: 47
Tags: Today is the 10th day of Shab
Share200Tweet125Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In