• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

by Voice of Victims
March 27, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

ପୁରୀ : ଆଜି ପବିତ୍ର ଶ୍ରୀରାମନବମୀ ।  ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ । ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ ହୋଇଥାଏ । ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ ପର୍ଯ୍ୟନ୍ତ ନୀତିକାନ୍ତି ଅନୁଷ୍ଠିତ ହେବ । ତେଵେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପାସନାରେ ଶ୍ରୀରାମଲୀଳା ସଂଶ୍ଳିଷ୍ଟ । କାଳକ୍ରମେ ଶ୍ରୀମନ୍ଦିରରେ ଏହି ଲୀଳାଖେଳା ଶ୍ରୀମନ୍ଦିର ସଂଲଗ୍ନ ସାହିକୁ ପରିବ୍ୟାପ୍ତ ହୋଇଛି ।

ସାହିରେ ମୁକ୍ତାକାଶ ତଳେ ଶ୍ରୀରାମଙ୍କ ଜନ୍ମଠୁ ନେଇ ରାବଣ ବଧ ପର୍ଯ୍ୟନ୍ତ ପୌରାଣିକ କଥାସାରକୁ ଉପସ୍ଥାପନ କରାଯାଉଥିବାରୁ ନାଁ ରହିଛି ‘ସାହିଯାତ ।  ସେହି ସାହିଯାତରେ ସମରକଳା, ଲୋକକଳା, ଲୋକନୃତ୍ୟ, ଲୋକଗୀତ ଓ ଲୋକବାଦ୍ୟ ସଂସ୍କୃତି ସମ୍ମିଳିତ ହୋଇ ଯାତର ଗାରିମା ବୃଦ୍ଧି ପାଇଛି ।  ସାହିଯାତ ପାଇଁ ଶ୍ରୀକ୍ଷେତ୍ର ସମେତ ବିଭିନ୍ନ ଯାଗା ଆଖେଡା ଚଳଚଞ୍ଚଳ ହୋଇପଡିଛି ।  ଆଜି ଠାରୁ ବିର ବାଦ୍ୟରେ କମ୍ପିବ ଶ୍ରୀକ୍ଷେତ୍ର ଗଳି କନ୍ଦି ।

ସେପଟେ ସାହିଯାତ ଉତ୍ସବକୁ ସଫଳ କରିବା ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ କୌଣସି ବିଶୃଙ୍ଖଳା ଯେଭଳି ନହୁଏ ସେନେଇ ବିଶେଷ ଧ୍ୟାନ ଦିଆଯାଇଛି ।  ଏପଟେ ସାହି ଯାତକୁ ଦୃଷ୍ଟିରେ ରଖି ପୁରୀ ପୌରସଂସ୍ଥା ପକ୍ଷରୁ ରାସ୍ତାଘାଟ ସଫେଇ, ମରାମତି, ଆଲୋକୀକରଣ ସହିତ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି କହିଛନ୍ତି ପୁରୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ।

Post Views: 41
Share198Tweet124Send
Voice of Victims

Voice of Victims

Recent Posts

  • ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ
  • ବୈଜ୍ଞାନିକ ଓ ସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ କୃଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
  • ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ମିଳିତ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
  • ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଯୁବପିଢ଼ିଙ୍କ ରହିବ ମୁଖ୍ୟ ଭୂମିକା: ଡକ୍ଟର ପୁରଞ୍ଜନ ଦାସ
  • ଘୂର୍ଣ୍ଣିବଳୟ ପ୍ରଭାବ, ଆଜିଠୁ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In