• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଯାତ୍ରା ଜଗତ ପାଇଁ ଦୁଃଖଦ ଘଟଣା, ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ

by Voice of Victims
December 8, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଯାତ୍ରା ଜଗତ ପାଇଁ ଦୁଃଖଦ ଘଟଣା, ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ

ଭଦ୍ରକ: ଯାତ୍ରା ଜଗତ ପାଇଁ ଏହା ଏକ ଦୁଃଖଦ ଘଟଣା । ଯାତ୍ରା ଜଗତର ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ସଡ଼କ ଦୁର୍ଘଟଣାରେ ଚାଲିଗଲା ଜୀବନ । ରବିବାର ସନ୍ଧ୍ୟାରେ ଭଦ୍ରକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ମୃତଦେହ ବର୍ତ୍ତମାନ ଭଦ୍ରକ ମେଡ଼ିକାଲରେ ଥିବା ସୂଚନା ରହିଛି । ଚଳିତବର୍ଷ ଯାତ୍ରା ଇନ୍ଦ୍ରଭୂବନରେ ନିଜ ଅଭିନୟର ଯାତ୍ରା ଜାରି ରଖିଥିଲେ ।

କମେଡିଆନ ଗୁରୁ ପୁଷ୍ଟି ଭଦ୍ରକରୁ ଧାମନଗର ଷଣ୍ଡପୁର ଅଭିମୁଖେ ଅଭିନୟ ପାଇଁ ଏକ ମୋଟର ସାଇକେଲରେ ଯାଉଥିଲେ । ତେବେ 16 ନମ୍ବର ଜାତୀୟ ରାଜପଥର ବିଷ୍ଣୁ ପୁର କେନାଲ ଛକ ନିକଟରେ ଛିଡା ହୋଇଥିବା ଏକ ଡ଼ମ୍ପରକୁ ପଛରୁ ଧକ୍କା ଦେଇଥିଲା । ତେଣୁ ତାଙ୍କୁ ଗୁରୁତର ଭାବେ ଭଦ୍ରକ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ସୂଚନା ଅନୁସାରେ, ଥିଏଟରରୁ ନିଜର ଅଭିନୟର ଯାତ୍ରା ଆରମ୍ଭ କରିଥିଲେ ଗୁରୁ । ଇଂ ଆଶୁତୋଷ ମହାପାତ୍ରଙ୍କ ‘ବଡ଼ ଦାଣ୍ଡର ଭିକାରୀ’ ନାଟକ ତାଙ୍କୁ ଯାତ୍ରା ଦୁନିଆରେ ବେଶ୍ ପରିଚୟ ଦେଇଥିଲା । ସେଥିରେ ଏକ ଚର୍ଚ୍ଚିତ ଡାଇଲଗ୍ ଥିଲା ‘ପଇଡ଼ କିଏ କହିଲା…’ । କଟକରେ ତାଙ୍କ ନିଜ ଘର ହୋଇଥିବାବେଳେ ସେ ସିନେମା କିମ୍ବା ସିରିଏଲରେ ଅଭିନୟ ନ କରି ଯାତ୍ରା ମଞ୍ଚକୁ ଆଦରି ନେଇଥିଲେ । ୨୦୧୯ରେ ଯାତ୍ରାରେ ତାଙ୍କର ଯାତ୍ରା ଆରମ୍ଭ ହୋଇଥିଲା ।

Post Views: 28
Share198Tweet124Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In