• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଆଇଏଏସ୍ ସ୍ତରରେ ଅଦଳବଦଳ: ଇନ୍ଦ୍ରମଣି ଶ୍ରମ କମିଶନର

by Voice of Victims
November 23, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଆଇଏଏସ୍ ସ୍ତରରେ ଅଦଳବଦଳ: ଇନ୍ଦ୍ରମଣି ଶ୍ରମ କମିଶନର

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ଆଇଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ଏଥବରେ ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ, ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସଆଇ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେ ବିଜ୍ଞାନ ଓ କାରିଗରି କୌଶଳ ବିଭାଗର ପ୍ରମୁଖ ସଚିବର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ସେହିପରି ଯାମିନୀ ଷଡ଼ଙ୍ଗୀଙ୍କୁ ବାଣିଜ୍ୟକର ଓ ଜିଏସଟି କମିଶନର ଭାବେ ଅବସ୍ଥାପିତ କରାଯାଇଛି। ସେ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ସୁଧାଂଶୁ ମୋହନ ସାମଲଙ୍କୁ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଆଇଏଏସ୍ ବଳବନ୍ତ ସିଂ ଏବେ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି। ସେହିପରି ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଶ୍ରମ କମିଶନର ଭାବେ ବଦଳି କରାଯାଇଛି। ଏବେ ଶ୍ରମ କମିଶନର ଭାବେ ଆଇଏଏସ୍ କୁଲାଙ୍ଗେ ବିଜୟ ଅମୃତ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି। ପୋମା ଟୁଡ଼ୁଙ୍କୁ ଅନୁସୂଚିତ ଜନଜାତି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଡଃ ଟୁଡ଼ୁ ଏବେ ଓଡ଼ିଶା ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ସହ ଫୁଡ୍ ସେଫଟି କମିଶନର ଓ ଟିଡିସିସିଓଏଲ ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱରେ ଅଛନ୍ତି। ସେହିପରି ତ୍ରିଲୋଚନ ମାଝୀଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ତ୍ରିଲୋଚନ ମାଝୀ ଏବେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ସଚିବ ଅଛନ୍ତି। ରାଜ୍ୟ କ୍ରୀଡ଼ା ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସଙ୍କୁ ରାଜ୍ୟ ସମବାୟ ସୋସାଇଟି ରେଜିଷ୍ଟ୍ରାର ଭାବେ ବଦଳି କରାଯାଇଛି। ଓରେରା ସଚିବ ବିଜୟ କୁମାର ପୃଷ୍ଟିଙ୍କୁ ଇଷ୍ଟେଟ୍ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି ଓ ସେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ(ଏକ୍ସଅଫିସିଓ) ଭାବେ ମଧ୍ୟ କାର୍ଯ୍ୟ କରିବେ। ସେହିପରି ସତ୍ୟବ୍ରତ ରାଉତଙ୍କୁ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ଆନ୍ତଃ କ୍ୟାଡର ଡେପୁଟେସନରେ ଓଡ଼ିଶା ଆସିଥିବା ମୋନିକା ପ୍ରିୟଦର୍ଶିନୀଙ୍କୁ ଓଡ଼ିଶା ଜୀବିକାମିଶନର ମିଶନ ନିର୍ଦ୍ଦେଶିକା ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ହକି ପ୍ରମୋସନ କାଉନସିଲ ସିଇଓ ଦୀପଙ୍କର ମହାପାତ୍ରଙ୍କୁ କ୍ରୀଡ଼ା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବାବେଳେ ସ୍ମିତା ରାଉତଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶିକା ଭାବେ ଅବସ୍ଥାପିତ କରାଯାଇଛି।

Post Views: 103
Share199Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In