• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସ୍କୁଲ୍‌ ବସରେ ଅଗ୍ନି ନିରାପତ୍ତା ନିୟମର କଡ଼ା ପାଳନ ପାଇଁ ଆରଟିଓଙ୍କୁ ପରିବହନ କମିସନରଙ୍କ ଚିଠି

by Voice of Victims
July 22, 2024
in ମୁଖ୍ୟ ଖବର, ରାଜ୍ୟ
ସ୍କୁଲ୍‌ ବସରେ ଅଗ୍ନି ନିରାପତ୍ତା ନିୟମର କଡ଼ା ପାଳନ ପାଇଁ ଆରଟିଓଙ୍କୁ ପରିବହନ କମିସନରଙ୍କ ଚିଠି

ଭୁବନେଶ୍ୱର: ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କେନ୍ଦ୍ରୀୟ ମୋଟର ଯାନ ନିୟମ (ସିଏମ୍‌ଭିଆର୍‌) ୧୯୮୯ର ଧାରା ୧୨୫ସି ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍‌ ଅନୁପାଳନ ହେବା ଅନିବାର୍ଯ୍ୟ। ଖିଲାପକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ରାଜ୍ୟ ପରିବହନ କମିସନର ଅମିତାଭ ଠାକୁର ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ନି ନିରାପତ୍ତା ନିୟମ ଠିକ୍‌ ଭାବରେ ପାଳନ ହେଉଛି କି ନାହିଁ ସେ ସଂପର୍କରେ ବିଭିନ୍ନ ସମୟରେ ରାଜ୍ୟ ପରିବହନ ପ୍ରାଧିକରଣ ପଦକ୍ଷେପ ଗ୍ରହଣ କରି ଆସିଥିବାବେଳେ ଆଗକୁ ଏହାକୁ ଅଧିକ ବ୍ୟାପକ କରିବାକୁ ନିଷ୍ପତ୍ତି ହୋଇଛି। ସ୍କୁଲ ବସ୍‌ଗୁଡ଼ିକର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଉପରେ ତୀକ୍ଷ୍‌ଣ ନଜର ରଖାଯିବ। ସମସ୍ତ ଜୋନ୍‌ ଉପପରିବହନ ଆୟୁକ୍ତ ଏବଂ ଆଞ୍ଚଳିକ ପରିବହନ ଅଧିକାରୀମାନେ ନିୟମିତ ଭାବେ ଏହାର ଯାଞ୍ଚ କରିବେ। କୌଣସି ସ୍କୁଲ ବସ୍‌ ଏହାର ଉଲ୍ଲଙ୍ଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିସନର ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ନିଜ ନିଜ ଅଞ୍ଚଳରେ ଏହି ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ନିମନ୍ତେ ମୋଟର ଯାନ ନିରୀକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସ୍କୁଲ ବସରେ ଫାୟାର ଡିଟେକ୍‌ସନ୍‌ ଆଲାର୍ମ ସିଷ୍ଟମ୍‌ (ଏଫ୍‌ଡିଏଏସ୍‌), ଫାୟାର ଡିଟେକ୍‌ସନ୍‌ ସପ୍ରେସନ୍‌ ସିଷ୍ଟମ୍‌ (ଏଫ୍‌ଡିଏସ୍‌ଏସ୍‌) ଓ ଫାୟାର ଆଲାର୍ମ ପ୍ରୋଟେକସନ୍‌ ସିଷ୍ଟମ୍‌ (ଏଫ୍‌ଏପିଏସ୍‌) ବ୍ୟବସ୍ଥା ଆବଶ୍ୟକ ଭାବେ ଲାଗୁ କରିବାକୁ ବାଧ୍ୟତାମୂଳକ ନିୟମ ରହିଛି। ଅଗ୍ନି ଅଘଟଣ ରୋକିବା ଓ ମୁକାବିଲା ଦିଗରେ ଏହା ସହାୟକ ହୋଇଥାଏ। ତେଣୁ ବସରେ ଯାତ୍ରା କରୁଥିବା ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏହା ଅତ୍ୟନ୍ତ ଗୁରୁିପୂର୍ଣ୍ଣ। କେନ୍ଦ୍ରୀୟ ମୋଟର ଯାନ ଆଇନ ୧୯୮୯ର ନିୟମ ୧୨୫ସି ଅନୁସାରେ ସମସ୍ତ ସ୍କୁଲ ବସରେ ଏଆଇଏସ୍‌ ୧୩୫ ଆଧାରରେ ଏହି ଅଗ୍ନି ନିରାପତ୍ତା ବ୍ୟବସ୍ଥା ସଠିକ୍‌ ଭାବେ ଅନୁପାଳନ ହେବା ଆବଶ୍ୟକ। ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନ ସହ ଅନୁବନ୍ଧିତ ହୋଇ ଛାତ୍ରଛାତ୍ରୀଙ୍କୁ ପରିବହନ କରୁଥିବା ବସ୍‌ ମାଲିକମାନେ ଏହି ନିୟମ ନିଶ୍ଚିତ ଭାବରେ ପାଳନ କରିବା ନିମନ୍ତେ ଆଇନରେ ପ୍ରାବଧାନ ରହିଛି। କୋମଳମତି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପ୍ରତି କୌଣସି ଅଣଦେଖାକୁ ବରଦାସ୍ତ କରାଯିବ ନାହିଁ ବୋଲି ଦର୍ଶାଯାଇ ନିୟମ ଉଲ୍ଲଙ୍ଘନ କରୁଥିବା ବସ୍‌ଗୁଡ଼ିକର ଫିଟନେସ୍‌ ସାର୍ଟିଫିକେଟ ରଦ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏକ୍ଷେତ୍ରରେ ଶୂନ୍ୟ ସହନଶୀଳ ନୀତି ଅବଲମ୍ବନ କରିବାକୁ ଅଧିକାରୀମାନଙ୍କୁ ରାଜ୍ୟ ପରିବହନ କମିସନର ଶ୍ରୀ ଠାକୁର ନିର୍ଦ୍ଦେଶ ଦେଇଛନ୍ତି।

Post Views: 23
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In