• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବିଶ୍ୱ ପରିବେଶ ଦିବସ ଅବସରରେ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

by Voice of Victims
June 5, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ବିଶ୍ୱ ପରିବେଶ ଦିବସ ଅବସରରେ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ରଣପୁର, ୦୫/୦୬ : ନୟାଗଡ ଜିଲ୍ଲା ରଣପୁର ବ୍ଲକ ସ୍ଥିତ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ୫ ଜୁନ୍‌ ୨୦୨୫ ତାରିଖରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଥିଲା | ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରାଣାଙ୍କ ନେତୃତ୍ୱରେ ଏବଂ ଅଙ୍ଗନୱାଡ଼ି କେନ୍ଦ୍ରର କାର୍ଯ୍ୟକର୍ତ୍ତୀ ପୁଷ୍ପମଞ୍ଜରୀ ଦେଇଙ୍କ ସହଯୋଗରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା |

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଅଭିଭାବକ ମାନେ ଓ ସ୍ଥାନୀୟ ଗ୍ରାମବାସୀ ମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ। ପରିବେଶ ସୁରକ୍ଷା ଓ ସଜାଗତା ବୃଦ୍ଧି ପାଇଁ ବିଦ୍ୟାଳୟ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଥିବାରୁ ଗ୍ରାମବାସୀ ଓ ବୁଦ୍ଧିଜୀବୀ ମହଲରେ ପ୍ରଂଶସା କରାଯାଇଛି |

ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ପରିବେଶ ସମ୍ବନ୍ଧୀୟ ସଚେତନତା ବୃଦ୍ଧି ପାଇଛି ବୋଲି ଅନେକ ଅଭିଭାବକ ଏବଂ ସଦସ୍ୟମାନେ ମତ ପ୍ରକାଶ କରିଛନ୍ତି | ବିଦ୍ୟାଳୟ ରେ ଗ୍ରୀଷ୍ମ ଛୁଟି ଚାଲିଥିବା ହେତୁ ପୂର୍ବାହ୍ନରେ ଅନଲାଇନ ମାଧ୍ୟମରେ ଚିତ୍ରାଙ୍କନ ପ୍ରତିଯୋଗିତା କରାଯାଇଥିଲା | ଏହା ପରେ ସରକାର ଙ୍କ ଶିକ୍ଷା ବିଭାଗ ପକ୍ଷରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ୟୁଟୁବ ମାଧ୍ୟମରେ ରେ ଜୀବନ ଶୈଳୀ ଉପରେ ପରିବେଶ ର ପ୍ରଭାବ ସମ୍ପର୍କ ରେ ବୁଝାଇ ଥିଲେ | ଏହି କାର୍ଯ୍ୟକ୍ରମ ର ସିଧା ପ୍ରସାରଣ କୁ ପିଲାମାନେ ଓ ଅଭିଭାବକ ମାନେ ୟୁଟୁବ ମାଧ୍ୟମରେ ରେ ଦେଖିଥିଲେ | ଏହି ସିଧା ପ୍ରସାରଣ କାର୍ଯ୍ୟକ୍ରମ ଲିଙ୍କ କୁ ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା ଓ ଶିକ୍ଷକ ଦିଲ୍ଲୀପ କୁମାର ସାହୁ ଅଭିଭାବକ ମାନଙ୍କୁ ପଠାଇଥିଲେ | ଏହା ପରେ ଅପରାହ୍ନ ରେ ବିଦ୍ୟାଳୟ ରେ ବୃକ୍ଷ ରୋପଣ କାର୍ଯ୍ୟ କରାଯାଇଥିଲା |

Post Views: 438
Share207Tweet130Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In