• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମୟୁରଭଂଜ ହେଲା ଦୁଇଟି ପୋଲିସ ଜିଲ୍ଲା, ଆଜି ରାଜ୍ୟ କ୍ୟାବିନେଟରେ ୧୩ଟି ପ୍ରସ୍ତାବ ଉପରେ ମୋହର

by Voice of Victims
July 17, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ମୟୁରଭଂଜ ହେଲା ଦୁଇଟି ପୋଲିସ ଜିଲ୍ଲା, ଆଜି ରାଜ୍ୟ କ୍ୟାବିନେଟରେ ୧୩ଟି ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ତେବେ ମୁଖ୍ୟ ପ୍ରସଂଗ ହେଲା ମୟୁରଭଂଜ ଜିଲ୍ଲାକୁ ଦୁଇଟି ପୋଲିସ ଜିଲ୍ଲାରେ ବିଭକ୍ତ କରାଯାଇଛି। ଗୋଟିଏ ମୟୁରଭଂଜ ଅନ୍ୟ ନୂତନ ପୋଲିସ ଜିଲ୍ଲା ରାଇରଂଗପୁର ହେବ।

ରାଇରଂଗପୁର ପୁଲିସ ଜିଲ୍ଲାରେ ରହିବ ୨ଟି ଏସ୍‌ଡିପିଓ। ରାଇରଂଗପୁର, କରଂଜିଲ୍ଲାରେ ରହିବେ ଏସ୍‌ଡିପିଓ। ରାଇରଂଗପୁର ପୁଲିସ ଜିଲ୍ଲାରେ ରହିବ ୧୪ଟି ଥାନା ରହିବ। ବହୁଦିନରୁ ଏହି ଜିଲ୍ଲାକୁ ଦୁଇଟି ପୋଲିସ ଜିଲ୍ଲାରେ ବିଭକ୍ତ କରିବା ପାଇଁ ଦାବୀ ହୋଇଆସୁଥିଲେ। ଆଜି ରାଜ୍ୟ କ୍ୟାବିନେଟ ଏହାକୁ ଅନୁମୋଦନ କରିଛନ୍ତି।

ସେହିପରି ଆଦର୍ଶ ବିଦ୍ୟାଳୟକୁ ରାଜ୍ୟ କ୍ୟାବିନେଟ ଭଡା ମୁକ୍ତ କରିଛନ୍ତି। ଏଣିକି ଛାତ୍ରଛାତ୍ରୀମାନେ ଆଉ ସେହି ଫି ଦେବେ ନାହିଁ। ଏହାଦ୍ବାରା ରାଜ୍ୟ ସରକାର ପାଞ୍ଚ ବର୍ଷରେ ୩୫୦ କୋଟି ଟଙ୍କା ଖର୍ଚ୍ଚ ବହନ କରିବେ। ଏହି ଅତିରିକ୍ତ ଖର୍ଚ୍ଚକୁ ରାଜ୍ୟ କ୍ୟାବିନେଟ ମଂଜୁରୀ ପ୍ରଦାନ କରିଛନ୍ତି। ସେହିପରି ବିଶ୍ବବିଦ୍ୟାଳୟ ଆଇନରେ କିଛି ପରିବର୍ତ୍ତନ କରାଯାଇଛି। ସ୍ଥାୟୀ କୁଳପତି ନିଯୁକ୍ତି ନ ହେବା ପର୍ଯ୍ୟନ୍ତ ଭାରପ୍ରାପ୍ତ କୁଳପତିଙ୍କୁ ସମସ୍ତ ନିଷ୍ପତି ନେବା ପାଇଁ କ୍ଷମତା ପ୍ରଦାନ କରାଯାଇଛି।

ସେହିପରି ସମୃଦ୍ଧ ସହର ଯୋଜନାକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି। ସମୃଦ୍ଧ ସହର ଯୋଜନା ପାଇଁ ୪,୮୭୯ କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି। ଏଥିରେ ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନରେ ସମୃଦ୍ଧ ସହର ଯୋଜନା କାର୍ଯ୍ୟକାରୀ କରାଯିବ। ଅନ୍ୟପକ୍ଷରେ ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ ପାଇଁ ସୃଷ୍ଟି ହେବ ୪,୧୯୫ ପୋଷ୍ଟ। ଏହାକୁ ମଧ୍ୟ କ୍ୟାବିନେଟ ମଂଜୁରୀ ପ୍ରଦାନ କରିଛନ୍ତି।

Post Views: 98
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In