• About Us
  • Contact Us
Wednesday, February 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଜିଲ୍ଲାପାଳଙ୍କ ଅଚାନକ ଗସ୍ତ, ବିଭିନ୍ନ କାର୍ଯ୍ୟର ସମୀକ୍ଷା, ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ

by Voice of Victims
October 19, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଜିଲ୍ଲାପାଳଙ୍କ ଅଚାନକ ଗସ୍ତ, ବିଭିନ୍ନ କାର୍ଯ୍ୟର ସମୀକ୍ଷା, ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ

ରଣପୁର (ଭିଓଭି) : ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଶନିବାର ଦିନ ଅଚାନକ ରଣପୁର ବ୍ଲକ ଗ୍ରସ୍ତ କରିଛନ୍ତି । ଜିଲ୍ଲାପାଳ ବ୍ଲକର ସ୍ୱାସ୍ଥ୍ୟକେନ୍ଦ୍ର, ପଞ୍ଚାୟତ, ବିଦ୍ୟାଳୟ, ଅଙ୍ଗନବାଡିକେନ୍ଦ୍ର ଆଦି ପରିଦର୍ଶନ କରିଥିଲେ । ରଣପୁର ବ୍ଲକର ଗୋପାଳପୁର ପଞ୍ଚାୟତରେ ବିଭିନ୍ନ କାର୍ଯ୍ୟର ତଦାରଖ କରିବା ସହ ସମୀକ୍ଷା କରିଛନ୍ତି । ଗୋପାଳପୁର ପଞ୍ଚାୟତରେ ଥିବା ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ଏହାର ସମୀକ୍ଷା କରିଥିଲେ । ଏଥି ସହିତ ଗୋପାଳପୁର ପଞ୍ଚାୟତ କାର୍ଯ୍ୟାଳୟରେ ବିଭିନ୍ନ କାର୍ଯ୍ୟର ତଦାରଖ କରିବା ସହ ସମୀକ୍ଷା କରିଛନ୍ତି । ଗୋପାଳପୁରରେ ଥିବା ୫-ଟି ହାଇସ୍କୁଲ ପରିସରରେ ଥିବା ସାଇନ୍‌ସ ଲାବୋରଟୋରି, ଇ-ଲାଇବ୍ରେରୀ, ଆଇସିଟି ଲ୍ୟାବର ପରିଦର୍ଶନ କରିଥିଲେ । ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ପ୍ରଶ୍ନ ପଚାରି ପାଠ ପଢ଼ାଇଥିଲେ । ଏଥି ସହିତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ସହ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ । ଉତ୍ତମ ଶିକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବା ପାଇଁ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ଗୋପାଳପୁରରେ ଥିବା ଅଙ୍ଗନୱାଡି କେନ୍ଦ୍ର, ମୁଗ ଡାଲି ପ୍ୟାକିଙ୍ଗ ସେଣ୍ଟର ବୁଲି ଦେଖିଥିଲେ । ଏଥି ସହିତ ସ୍ୱୟଂ ସହାୟକ ମହିଳା ମାନଙ୍କ ସହ ଆଲୋଚନା କରି ଅଧିକ ସ୍ୱାବଲମ୍ବୀ ହେବା ପାଇଁ ପରାମର୍ଶ ଦେଇଥିଲେ । ଏହି ଗସ୍ତରେ ନୟାଗଡ଼ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଦେବଦତ୍ତ ପଣ୍ଡା, ରଣପୁର ବିଡିଓ ସୁଧୀର କୁମାର ନାୟକ, ରଣପୁର ବ୍ଲକ ଶିକ୍ଷା ଅଧିକାରୀ ବନଲତା ବେହେରା, ସହକାରୀ ଯନ୍ତ୍ରୀ ଶଶିରେଖା ଜେନା, ଜ୍ଞାନେନ୍ଦ୍ର ପାଢ଼ୀ, ଯନ୍ତ୍ରୀ ଦିଲ୍ଲୀପ ଉଦ୍ଦିନଙ୍କ ସମେତ ସମସ୍ତ ବିଭାଗର କର୍ମଚାରୀମାନେ ଉପସ୍ଥିତ ରହିଥିଲେ ।

Post Views: 578
Tags: reviewed various worksUnexpected visit of District Collector
Share266Tweet167Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In