• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସାଂସଦ ଭାବେ ଜିତିବା ପରେ ଆଜି ସମ୍ବଲପୁରର ବିଭିନ୍ନ ମନ୍ଦିର ବୁଲି ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

by Voice of Victims
June 16, 2024
in ମୁଖ୍ୟ ଖବର, ରାଜ୍ୟ
ସାଂସଦ ଭାବେ ଜିତିବା ପରେ ଆଜି ସମ୍ବଲପୁରର ବିଭିନ୍ନ ମନ୍ଦିର ବୁଲି ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ସମ୍ବଲପୁର ଲୋକସଭା ସାଂସଦ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ବିଭିନ୍ନ ମନ୍ଦିରରେ ଦର୍ଶନ କରିବା ସହ ସ୍ଥାନୀୟ ଲୋକମାନଙ୍କୁ ଭେଟି ସମର୍ଥନ ପାଇଁ ଧନ୍ୟବାଦ ଜଣାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରବିବାର ସମ୍ବଲପୁର ମାନେଶ୍ଵର ସ୍ଥିତ ଶିବ ମନ୍ଦିର, ବ୍ରୁକ୍ସହିଲ୍ ସ୍ଥିତ ହନୁମାନ ମନ୍ଦିର, ଦାନୀପାଲିରେ ମା’ ରଣେଶ୍ୱର ରାମଚଣ୍ଡୀ ମନ୍ଦିର, ନନ୍ଦପଡା ବାଲୁଙ୍କେଶ୍ଵର ମନ୍ଦିରରେ ଦର୍ଶନ କରିଥିଲେ। ସେହିପରି ଝାଡୁଆପଡ଼ା ସ୍ଥିତ ଜଗନ୍ନାଥ ମନ୍ଦିର, ସମ୍ବଲପୁରରେ ଅନୋଖା ଶ୍ରୀ ଶ୍ୟାମ ମନ୍ଦିରରେ କରିଥିଲେ କେନ୍ଦ୍ରମନ୍ତ୍ରୀ। ଏହି ଅବସରରେ ସେ କହିଛନ୍ତି ଯେ ସମ୍ବଲପୁର ହେଉଛି ମନ୍ଦିରରେ ପରପୂର୍ଣ୍ଣ ସହର। ଏକ ଆଧ୍ୟାତ୍ମିକ ସହର। ଏଠାରୁ ସାଂସଦ ଭାବରେ ନିର୍ବାଚିତ ହେବା ପରେ ସମ୍ବଲପୁରକୁ ଏହା ମୋର ପ୍ରଥମ ଗସ୍ତ। ଏଠାକାର ମନ୍ଦିର ଗୁଡିକ କେବଳ ଆସ୍ଥାର କେନ୍ଦ୍ର ନୁହେଁ, ସଭ୍ୟତା ଓ ସଂସ୍କୃତିର ବଡ ପ୍ରୟୋଗଶାଳା। ସ୍ଥାନୀୟ ଜୀବନଜୀବନକୁ ଭଲରେ ବୁଝିବା ସହ ଲୋକଙ୍କ ସହ ପ୍ରତ୍ୟକ୍ଷ ମିଶିବାର ସୁଯୋଗ ମିଳିବା ମୋ ପାଇଁ ସୌଭାଗ୍ୟର ବିଷୟ ବୋଲି ସେ କହିଛନ୍ତି। ମନ୍ଦିର ଦର୍ଶନ ପୂର୍ବରୁ କେନ୍ଦ୍ରମନ୍ତ୍ରୀ ସମ୍ବଲପୁରର ପୂର୍ବତନ ବିଧାୟିକା, ସମାଜସେବୀ ତଥା ପ୍ରତିଷ୍ଠିତ ଚିକିତ୍ସିକ ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ତାଙ୍କ ବାସଭବନରେ ଭେଟି ଆଶୀର୍ବାଦ ନେଇଥିଲେ। ସମ୍ବଲପୁରର ବରିଷ୍ଠ ଲୋକମାନଙ୍କୁ ଭେଟି ଆଶୀର୍ବାଦ ନେବା ସହ ସ୍ଥାନୀୟ ସମୃଦ୍ଧ ସାହିତ୍ୟର ପ୍ରଚାର ପ୍ରସାର, ଶିକ୍ଷା, ଅନୁକୂଳ ପରିବେଶ ତଥା ଅଞ୍ଚଳର ବିକାଶ ଓ ଉନ୍ନତି ପାଇଁ ସେମାନଙ୍କର ଉପାଦେୟ ପରାମର୍ଶ ଗ୍ରହଣ କରିଥିଲେ। ଏକ ସ୍ୱଚ୍ଛ, ସୁନ୍ଦର, ବିକଶିତ ଓଡ଼ିଶା ସହ ବିକଶିତ ସମ୍ବଲପୁର ଗଢିବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଥିଲେ।

Post Views: 46
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In