• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ସ୍ୱାଭାବିକଠୁ ୬ ଡିଗ୍ରୀ ଯାଏ ଅଧିକ ତାତି, ଆରମ୍ଭରୁ ସ୍ଥିତି ଅସମ୍ଭାଳ

by Voice of Victims
February 5, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସ୍ୱାଭାବିକଠୁ ୬ ଡିଗ୍ରୀ ଯାଏ ଅଧିକ ତାତି, ଆରମ୍ଭରୁ ସ୍ଥିତି ଅସମ୍ଭାଳ

ଭୁବନେଶ୍ୱର: ରାଜ୍ୟରେ ଫେବୃଆରୀ ଆରମ୍ଭରୁ ଦେଖା ଦେଲାଣି ଅସମ୍ଭାଳ ତାତି । ଉପାନ୍ତରୁ ଉପକୂଳ ସବୁଠି ଉପରମୁହାଁ ପାରଦ। ବର୍ତ୍ତମାନ ରାଜ୍ୟରେ ସ୍ୱାଭାବିକଠାରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଅଧିକ ରହିଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଅସମ୍ଭାଳ ସ୍ଥିତି ଆରମ୍ଭ ହେଲାଣି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଫେବୃଆରୀ ମାସରେ ଓଡିଶାର ତାତି ସ୍ୱାଭାବିକଠାରୁ ଅଧିକ ରହିବ। ସେପଟେ ଫେବୃଆରୀ ପ୍ରଥମ ସପ୍ତାହରେ ରାଜଧାନୀର ତାତି ୨୧ ବର୍ଷର ରେକର୍ଡ ଭାଙ୍ଗିଛି। ମେଘମୁକ୍ତ ଆକାଶ ସହ ସୂର୍ଯ୍ୟଙ୍କ ତେଜ୍ କିରଣ ପାଇଁ ଟାଇଁ ଟାଇଁ ଖରା ଅନୁଭୂତ ହେଉଛି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ୨୦୨୪ରୁ ବଳିଯିବ ୨୦୨୫ର ତାତି। ପ୍ରଥମ ସପ୍ତାହରେ ଭୁବନେଶ୍ୱରର ତାପମାତ୍ରା ଛୁଇଁଲା ୩୪.୯ ଡିଗ୍ରୀ। ସାରା ରାଜ୍ୟରେ ଏବେ ଉପରମୁହାଁ ହୋଇଛି ପାରଦ। ଉପକୂଳ ଓଡ଼ିଶା ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଅଧିକ ରହିଛି। ତେବେ ଫେବୃଆରୀ ତୃତୀୟ ସପ୍ତାହ ବେଳକୁ ସ୍ୱାଭାବିକ ଠାରୁ ୧୦ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ହେବ ତାପମାତ୍ରା। ବର୍ତ୍ତମାନ କିଛି ସ୍ଥାନରେ ସ୍ୱାଭାବିକ ଠାରୁ ୫ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ତାତି ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବିଶେଷକରି ଝାରସୁଗୁଡା, ସମ୍ବଲପୁର, ବରଗଡ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ଗଜପତି ସମେତ ରାଜଧାନୀ ଭୁବନେଶ୍ୱର ଏବଂ କଟକରେ ତାତି ବୃଦ୍ଧି ପାଇଛି। ସେହିପରି ଜାନୁଆରୀ ୨୭ରେ ୫୨ ବର୍ଷର ରେକର୍ଡ ଭାଙ୍ଗିଛି କୋରାପୁଟର ତାତି। ଏହାସହ ୧୯୭୩ରୁ ୨୦୨୫ ମସିହା ମଧ୍ୟରେ ଭବାନୀପାଟଣାରେ ଜାନୁଆରୀ ୩୧ ତାରିଖ ଦିନ ଦ୍ୱିତୀୟ ସର୍ବାଧିକ ତାପମାତ୍ରା ୩୪ ଡିଗ୍ରୀ ରେକର୍ଡ ହୋଇଛି। ଗତବର୍ଷ ଏପ୍ରିଲ ମାସରେ ପ୍ରଥମଥର ପାଇଁ ରାଜଧାନୀରେ ଲଗାତର ୧୬ ଦିନ ଧରି ୪୦ ଡିଗ୍ରୀରୁ ଅଧିକ ତାପମାତ୍ରା ଅନୁଭୂତ ହେବା ସହ ଏକ ବିରଳ ରେକର୍ଡ ସ୍ଥାପନ ହୋଇଥିଲା। ଆସନ୍ତା ୭ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ୭ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ବର୍ଷାର ସମ୍ଭାବନା ନାହିଁ। ୩ ଦିନ ଅଧିକାଂଶ ଜିଲ୍ଲାରେ ଘନ କୁହୁଡ଼ି ରହିବାର ସମ୍ଭାବନା ରହିଛି। ସେପଟେ ବର୍ତ୍ତମାନ ଉପକୂଳରେ ଦିନ ତାପମାତ୍ରା ସ୍ୱାଭାବିକ ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡିଶାରେ ସ୍ୱାଭାବିକ ଠାରୁ ୪ରୁ ୫ ଡିଗ୍ରୀ ଅଧିକା ରହିଛି। ତାପମାତ୍ରା ବୃଦ୍ଧି ସହ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନକୁହଡ଼ି ଅନୁଭୂତ ହେବ। ୨୪ ଘଣ୍ଟା ପର୍ଯ୍ୟନ୍ତ ଘନକୁହୁଡି ନେଇ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଯାଜପୁର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ନୟାଗଡ, ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Post Views: 45
Tags: Up to 6 degrees above normal
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In