• About Us
  • Contact Us
Monday, February 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା ଘଟଣା : ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାର ଏବଂ ଆହତଙ୍କୁ କ୍ଷତିପୂରଣ ଘୋଷଣା

by Voice of Victims
November 1, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା ଘଟଣା : ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାର ଏବଂ ଆହତଙ୍କୁ କ୍ଷତିପୂରଣ ଘୋଷଣା

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶରେ ଶ୍ରୀକାକୁଲମ କାଶୀବୁଗାରେ ଥବା ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଃଖ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପରିବାର ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ଲେଖିଛନ୍ତି, ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠିରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ। ଏହା ସହ ପ୍ରଧାନମନ୍ତ୍ରୀ ଆହତଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ।

ଖବର ଅନୁଯାୟୀ, କାର୍ତ୍ତିକ ମାସ ଏକାଦଶୀ ଥିବାରୁ ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ପ୍ରବଳ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ହଠାତ୍ ଭକ୍ତଙ୍କ ଭିଡ଼ ବୃଦ୍ଧି ପାଇବାରୁ ଦଳାଚକଟା ହୋଇଥିଲା। ଭିଡ଼ ଏତେ ଅଧିକ ଥିଲା ଯେ ଲୋକମାନେ ପରସ୍ପର ଉପରେ ଚଢ଼ିଯାଉଥିଲେ । ଫଳରେ ଭିଡ ଅଣାୟତ୍ତ ହୋଇପଡିଥିଲା । ଶ୍ବାସରୁଦ୍ଧ ହୋଇ ଅଧିକାଂଶ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମନ୍ଦିର ପାଇଁ ପୋଲିସ ଠାରୁ ଅନୁମତି ନିଆଯାଇନଥିଲା । ଏପରିକି କୌଣସି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇନଥିଲା । ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛ ନ୍ତି। ଆହତମାନଙ୍କୁ ତୁରନ୍ତ ଏବଂ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, “ଶ୍ରୀକାକୁଲମ ଜିଲ୍ଲାର କାଶିବୁଗାରେ ଥିବା ଭେଙ୍କଟେଶ୍ୱର ମନ୍ଦିରରେ ଦଳାଚକଟା ଘଟଣାରେ ମୁଁ ଗଭୀର ମର୍ମାହତ । ଏହି ଦୁଃଖଦ ଘଟଣାରେ ଭକ୍ତଙ୍କ ମୃତ୍ୟୁ ଅତ୍ୟନ୍ତ ହୃଦୟବିଦାରକ । ମୁଁ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ପ୍ରକାଶ କରୁଛି ।”

Post Views: 29
Share198Tweet124Send
Voice of Victims

Voice of Victims

Recent Posts

  • ଏଲିଅନଙ୍କୁ ନେଇ ଆମେରିକା ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ମତ : ଏଲିଅନ ଅଛନ୍ତି, କିନ୍ତୁ କେଉଁଠି କହିହେବନି
  • ରାଜସ୍ଥାନର ଭିୱାଡିରେ ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ : ୭ ମୃତଦେହ ଉଦ୍ଧାର, ଆଗକୁ ବଢିପାରେ ମୃତକଙ୍କ ସଂଖ୍ୟା
  • ଦିଲ୍ଲୀ ହାଇକୋର୍ଟରୁ ରାଜପାଲ ଯାଦବଙ୍କୁ ମିଳିଲା ଜାମିନ, ୧.୫ କୋଟି ସହ ପାସପୋର୍ଟ ଜମା
  • ବଜେଟ୍ ଅଧିବେଶନ ବେଳେ କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା, ଜଗିବେ ବ୍ଲାକ କମାଣ୍ଡୋ
  • ୨୦୨୬-୨୭ ପାଇଁ ୩.୨୦ ଲକ୍ଷ କୋଟି ଛୁଇଁପାରେ ବଜେଟ୍ ବ୍ୟୟ ବରାଦ, ନିଯୁକ୍ତି ଓ ଭିତ୍ତିଭୂମି ଉପରେ ରହିବ ନଜର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In