• About Us
  • Contact Us
Monday, November 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୁବନେଶ୍ୱରରେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ, ଟ୍ୱିନ୍ ସିଟିରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

by Voice of Victims
November 16, 2026
in ଆଞ୍ଚଳିକ ଖବର, ସମସ୍ୟା
ଭୁବନେଶ୍ୱରରେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ, ଟ୍ୱିନ୍ ସିଟିରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ବିଧାନସଭାର ବିଧାୟକମାନଙ୍କ ପାଇଁ ଆୟୋଜିତ ଓରିଏଣ୍ଟେସନ୍ ବା ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଯୋଗଦେବେ । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଏବଂ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଯୋଗଦେବେନାହିଁ ।

ସେପଟେ ବିଧାନସଭାର କାର୍ଯ୍ୟପ୍ରଣାଳୀ, ସଂସଦୀୟ ପରମ୍ପରା, ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜନପ୍ରତିନିଧିଙ୍କ ଦାୟିତ୍ୱ ଭଳି ବିଷୟ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ପ୍ରମୁଖ ଆଲୋଚ୍ୟ ପ୍ରସଙ୍ଗ ହୋଇପାରେ । ଉପରାଷ୍ଟ୍ରପତିଙ୍କ ଉଦବୋଧନରେ ବିଧାୟକଙ୍କ ଭୂମିକା, ବିଧାନସଭାର ଗରିମା ଏବଂ ସୁସ୍ଥ ଗଣତାନ୍ତ୍ରିକ ପରମ୍ପରା ଉପରେ ଗୁରୁତ୍ୱ ଦିଆଯିବାର ସମ୍ଭାବନା ରହିଛି । ଭୁବନେଶ୍ୱରର କାର୍ଯ୍ୟକ୍ରମ ପରେ ଉପରାଷ୍ଟ୍ରପତି କଟକ ଗସ୍ତ କରିବେ। ସେଠାରେ ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟର ନବନିର୍ମିତ ଆଇକନିକ୍ ଟାୱାର ବା ଏକାଡେମିକ୍ ଭବନର ଉଦ୍ ଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ଏହି ଅବସରରେ ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷ, ଶିକ୍ଷକ, ଛାତ୍ରଛାତ୍ରୀ ଓ ଅନ୍ୟାନ୍ୟ ଅତିଥି ଉପସ୍ଥିତ ରହିବେ । ନୂତନ ଏକାଡେମିକ୍ ଭବନ ଶିକ୍ଷା ଓ ଗବେଷଣା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବ ବୋଲି ଆଶା କରାଯାଉଛି । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ସୁରକ୍ଷା ଓ ଟ୍ରାଫିକ୍ ପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି । ବିମାନବନ୍ଦର, ବିଧାନସଭା ଅଞ୍ଚଳ, ପ୍ରମୁଖ ରାସ୍ତା ଏବଂ କଟକର କାର୍ଯ୍ୟକ୍ରମସ୍ଥଳରେ ପୋଲିସ ମୁତୟନ ଓ ନିରାପତ୍ତା ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯାଇଛି ।

Post Views: 12
Share196Tweet123Send
Voice of Victims

Voice of Victims

Recent Posts

  • ମାରଣା ଦନ୍ତାର ଆତଙ୍କ ! ପୁଣି ଜଣେ ଯୁବକଙ୍କ ଜୀବନ ନେଲା ହାତୀ, ୧୫ ଦିନରେ ୩ ମୃତ, ରଣପୁର ଅଞ୍ଚଳରେ ଭୟର ବାତାବରଣ
  • ଆଜିଠୁ ମୋଦିଙ୍କ ଫିଲିପାଇନ୍ସ ଗସ୍ତ, ବାଣିଜ୍ୟ ଓ ସୁରକ୍ଷା ଉପରେ ବଡ଼ ଆଲୋଚନା
  • କାନପୁରରେ ଏକ ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ୨ ମୃତ, ଅନେକ ଡେଇଁ ବଞ୍ଚାଇଲେ ଜୀବନ
  • ଭୁବନେଶ୍ୱରରେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ, ଟ୍ୱିନ୍ ସିଟିରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
  • ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା, ୨୦ ତାରିଖ ମଧ୍ୟାହ୍ନରେ ଲ୍ୟାଣ୍ଡଫଲ୍!

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In