• About Us
  • Contact Us
Thursday, July 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୁବନେଶ୍ବରରେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

by Voice of Victims
July 9, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଭୁବନେଶ୍ବରରେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

ଭୁବନେଶ୍ବର: ଭୁବନେଶ୍ବରରେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ସ୍ବତନ୍ତ୍ର ବିମାନ ଯୋଗେ ବିମାନବନ୍ଦରରେ ପହଞ୍ଚିଛନ୍ତି । ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି । ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ଏହା ତାଙ୍କର ଦ୍ବିତୀୟ ଓଡ଼ିଶା ଗସ୍ତ । ଦୁଇଟି ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗ ଦେବେ ଉପରାଷ୍ଟ୍ରପତି। ଦିନ ୧୧ଟାରେ ଓୟୁଏଟିରେ କାର୍ଯ୍ୟକ୍ରମ ରହିଛି । ଓଡ଼ିଶା ଗଭୀର ସମୁଦ୍ର ମାଛଧରା ମିଶନର କରିବେ ଶୁଭାରମ୍ଭ । ମତ୍ସ୍ୟଜୀବୀଙ୍କୁ ବାଣ୍ଟିବେ ପ୍ରାଧିକରଣ ପତ୍ର । ଏହି ଅବସରରେ ସେ ଓଡ଼ିଶା ଗଭୀର ସମୁଦ୍ର ମାଛ ଧରା ମିଶନ ଦସ୍ତାବିଜକୁ ମଧ୍ୟ ଉନ୍ମୋଚନ କରିବେ । ଅପରାହ୍ନରେ ଉପରାଷ୍ଟ୍ରପତି ଜଟଣୀ ସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଏବଂ ଗବେଷଣା ସଂସ୍ଥାନ (ନାଇଜର)ର ୧୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ସି. ପି. ରାଧାକ୍ରିଷ୍ଣନଙ୍କ ଭୁବନେଶ୍ୱର ଗସ୍ତକୁ ନେଇ କମିଶନରେଟ୍ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ସେହିପରି ଉପରାଷ୍ଟ୍ରପତିଙ୍କ ଅନ୍ୟାନ୍ୟ କାର୍ଯ୍ୟକ୍ରମ ରହିଥିବାରୁ, ଦିନ ୩ଟା ୫୫ ମିନିଟ୍ ସମୟରେ ରାଜଧାନୀର ଅନ୍ୟତମ ବ୍ୟସ୍ତବହୁଳ ଛକ ଜୟଦେବ ବିହାର ଦେଇ ଯାତାୟତ ଉପରେ କଟକଣା ଲଗାଯାଇଛି । ସାଧାରଣ ଲୋକେ ଯେପରି ଗମନାଗମନ ସମୟରେ ଅଯଥା ହଇରାଣ ନହୁଅନ୍ତି, ସେଥିପାଇଁ ବିକଳ୍ପ ରାସ୍ତା ବ୍ୟବହାର କରିବାକୁ ଟ୍ରାଫିକ୍ ପୁଲିସ ପକ୍ଷରୁ ପରାମର୍ଶ ଦିଆଯାଇଛି । ତେବେ ଜରୁରୀକାଳୀନ ସେବା ଯୋଗାଉଥିବା ଯାନବାହନ, ଯେପରିକି ଆମ୍ବୁଲାନ୍ସ କିମ୍ବା ଅଗ୍ନିଶମ ଗାଡ଼ି ପାଇଁ ଏହି କଟକଣା ଲାଗୁ ହେବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି ।

Post Views: 105
Share198Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶାରେ ପ୍ରଥମ: ଆଇଏମ୍‌ଏସ୍‌ ଓ ସମ୍‌ ହସ୍ପିଟାଲରେ ଅତ୍ୟାଧୁନିକ ମଲିକ୍ୟୁଲାର ଡାଏଗ୍ନୋସିସ୍‌ ଓ ଜିନୋମିକ୍ସ ଲ୍ୟାବ୍‌
  • ଜୁଲାଇ ୧୧ ଓ ୧୨ରେ ସୋଆରେ ଅନୁଷ୍ଠିତ ହେବ ଆଇଏନଏଆଇର ଦୁଇ ଦିନିଆ ‘ଟେକ୍ନୋଲୋଜି କନ୍‌କ୍ଲେଭ-୨୦୨୬’
  • ଭୁବନେଶ୍ବରରେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ
  • ଆଜି ପ୍ରଥମ ବନ୍ୟାଜଳ ଛାଡିଲା ହୀରାକୁଦ
  • କଲକାତାରେ ଟିଏମସି ରାଲି ବେଳେ ମମତାଙ୍କ ରାଗ: ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିବା ଭିଡିଓ ଭାଇରାଲ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In