• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଓଡିଶା ପାଇଁ ପ୍ରସ୍ତୁତ ହେବ ଭିଜନ ଡକ୍ୟୁମେଣ୍ଟ ୨୦୩୬, ମୁଖ୍ୟମନ୍ତ୍ରୀଙ୍କ ସହ ନୀତି ଆୟୋଗ ସିଇଓଙ୍କ ଆଲୋଚନା

by Voice of Victims
August 7, 2024
in ମୁଖ୍ୟ ଖବର, ରାଜ୍ୟ
ଓଡିଶା ପାଇଁ ପ୍ରସ୍ତୁତ ହେବ ଭିଜନ ଡକ୍ୟୁମେଣ୍ଟ ୨୦୩୬, ମୁଖ୍ୟମନ୍ତ୍ରୀଙ୍କ ସହ ନୀତି ଆୟୋଗ ସିଇଓଙ୍କ ଆଲୋଚନା

ଭୁବନେଶ୍ବର: ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ଆଜି ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ବି.ଭି.ଆର୍ ସୁବ୍ରମନିୟମ୍ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶା ପାଇଁ ଏକ ଭିଜନ ଡକ୍ୟୁମେଣ୍ଟ ୨୦୩୬ ଏବଂ ଭିଜନ ଡକ୍ୟୁମେଣ୍ଟ ୨୦୪୭ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବିଭିନ୍ନ କ୍ଷେତ୍ରରେ ବିକାଶର ବ୍ୟାପକ ସମ୍ଭାବନା ରହିଛି। ସମ୍ଭାବନାକୁ ସଫଳତାରେ ପରିଣତ କରିବା ଓ ଉପଯୁକ୍ତ କାର୍ଯ୍ୟାନ୍ବୟନ ଦ୍ୱାରା ବିକାଶର ଲକ୍ଷ୍ୟ ହାସଲ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ସେ କହିଥିଲେ। ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତରେ ଓଡିଶା ଏକ ସମୃଦ୍ଧ ଇଂଜିନ ହେବାର ଲକ୍ଷ୍ୟ ରଖିଛି ବୋଲି ସେ କହିଥିଲେ। ଏହା ପୂର୍ବରୁ ୨୦୩୬ରେ ସ୍ୱତନ୍ତ୍ର ଓଡିଶା ଗଠନର ୧୦୦ ବର୍ଷ ପୂରଣ ହେଉଛି । ତେଣୁ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ସେ ପ୍ରସ୍ତାବ ଦେଇଥିଲେ। ସେ କହିଥିଲେ ଯେ ବର୍ତ୍ତମାନ ଓଡିଶାର ଅର୍ଥନୀତିର ଆକାର ୧୦୦ ବିଲିଅନ୍ ଡଲାରୁ ଅଧିକ ଅଛି। ୨୦୩୬ ସୁଦ୍ଧା ୫୦୦ ବିଲିଅନ୍ ଡଲାର ଓ ୨୦୪୭ ସୁଦ୍ଧା ୧.୫୦ ଟ୍ରିଲିଅନ୍ ଡଲାର ଅର୍ଥନୀତି ହାସଲ କରିବା ପାଇଁ ଓଡିଶା ଲକ୍ଷ୍ୟ ରଖିଛି ବୋଲି ସେ କହିଥିଲେ। ନୀତି ଆୟୋଗର ସି.ଇ.ଓ ଶ୍ରୀ ସୁବ୍ରମନିୟମ କହିଥିଲେ ଯେ ପ୍ରଧାନମନ୍ତ୍ରୀଙ୍କ ଓଡିଶାର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ରହିଛି। ୨୦୪୭ର ବିକଶିତ ଭାରତ ଲକ୍ଷ୍ୟ ହାସଲ ପାଇଁ ସବୁ ରାଜ୍ୟର ବିକାଶ ଦରକାର। ଓଡିଶା କ୍ଷେତ୍ରରେ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ନୀତି ଆୟୋଗ ପୂର୍ଣ୍ଣ ସହଯୋଗ ଯୋଗାଇଦେବ ବୋଲି ସେ କହିଥିଲେ। ଆଲୋଚନାରୁ ନିଷ୍ପତ୍ତି ହୋଇଥିଲା ଯେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟିୟରିଂ କମିଟି ଗଠନ କରାଯିବ। ନୀତି ଆୟୋଗ ସହଯୋଗରେ ଆସନ୍ତା ୩ ମାସ ମଧ୍ୟରେ ଓଡିଶା ପାଇଁ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରାଯିବ ବୋଲି ଜଣା ଯାଇଛି। ଏହି ଡକୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ରାଜ୍ୟବ୍ୟାପୀ ବିଭିନ୍ନ ବର୍ଗର ଲୋକଙ୍କ ଠାରୁ ମତାମତ ମଧ୍ୟ ଗ୍ରହଣ କରାଯିବ। ଭିଜନ ଡକ୍ୟୁମେଣ୍ଟର କାର୍ଯ୍ୟାନ୍ବୟନ ପାଇଁ ସ୍ୱତନ୍ତ୍ର ଆକସନ ପ୍ଲାନ ମଧ୍ୟ ପ୍ରସ୍ତୁତ କରାଯିବ। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପୂର୍ବରୁ ନୀତି ଆୟୋଗର ସିଇଓ ଏବଂ ଅଧିକାରୀମାନେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ତଥା ସମସ୍ତ ବିଭାଗର ସଚିବ ମାନଙ୍କ ସହିତ ବିସ୍ତୃତ ଆଲୋଚନା କରିଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ପ୍ରମୁଖ ଉପସ୍ଥିତ ଥିଲେ।

Post Views: 33
Tags: Vision document 2036 will be prepared for Odisha
Share199Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In