• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଚିଲିକାରେ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କଲେ ଭିକେ ପାଣ୍ଡିଆନ

by Voice of Victims
May 18, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଚିଲିକାରେ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କଲେ ଭିକେ ପାଣ୍ଡିଆନ

ଭୁବନେଶ୍ବର: ଆସନ୍ତା ୨୫ ତାରିଖରେ ପୁରୀ ଲୋକସଭା ଓ ଚିଲିକା ବିଧାନସଭା କ୍ଷେତ୍ରରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଆଜି ଚିଲିକା ନିର୍ବାଚନମଣ୍ଡଳୀକୁ ପ୍ରଚାର ପାଇଁ ଆସିଥିଲେ ବିଜେଡି ତାରକା ପ୍ରଚାରକ ଭି କେ ପାଣ୍ଡିଆନ।  ସେ ଅପରାହ୍ନ ୪.୩୦ ମିନିଟ ସମୟରେ ବାଣପୁର ପଲଟନ ପଡିଆ ଠାରେ ପହଞ୍ଚି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ। ସେ ଉଭୟ ପୁରୀ ଲୋକସଭା ଓ ଚିଲିକା ବିଧାନସଭାର ଦଳୀୟ ପ୍ରାର୍ଥୀ ଅରୂପ ପଟ୍ଟନାୟକ ଓ ରଘୁନାଥ ସାହୁଙ୍କ ସପକ୍ଷରେ ଭୋଟ ଭିକ୍ଷା କରିଥିଲେ। ‘ଜୟ ଜଗନ୍ନାଥ’, ‘ଜୟ ମା ଭଗବତୀ’ରୁ ଭାଷଣ ଆରମ୍ଭ କରି ଓଡିଶା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ଉନ୍ନୟନ କାର୍ଯ୍ୟ କରିଥିବାର କହିଥିଲେ ପାଣ୍ଡିଆନ।  ଚିଲିକା ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ବହୁ ଉନ୍ନୟନ କାର୍ଯ୍ୟ କରିଛନ୍ତି। ବାଣପୁରରେ ଡ୍ରେନେଜ ସମସ୍ୟା ଦୂର କରିବା ପାଇଁ ପଦକ୍ଷେପ ନେଇଛନ୍ତି। ମା’ ଭଗବତୀ ମନ୍ଦିର ରୂପାନ୍ତରିକରଣ ଜାରି ରହିଛି। ଜୁଲାଇ ୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ନେବେ। ବିଦ୍ୟୁତ ବିଲ ଛାଡ କରିବା ପାଇଁ ଶ୍ରୀ ପଣ୍ଡିଆନ ପୁଣିଥରେ ଏଠାରେ ଦୋହରାଇଛନ୍ତି। ଅନୁରୂପ ଭାବେ ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ କର୍ମୀଙ୍କୁ ଅବଗତ କରିଥିଲେ ଶ୍ରୀ ପାଣ୍ଡିଆନ। ମାତ୍ର ସ୍ୱଳ୍ପ ସମୟ ବାଣପୁରରେ ଉପସ୍ଥିତ ରହିବା ପରେ ସେ ହେଲିକପ୍ଟର ଯୋଗେ ରଣପୁର ଯାଇଥିବା ସୂଚନା ମିଳିଛି। ଏହି ଅବସରରେ ଚିଲିକା ବିଧାୟକ ପ୍ରାର୍ଥୀ ରଘୁନାଥ ସାହୁ ଏବଂ ପୁରୀ ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ ଉପସ୍ଥିତ ଥିଲେ।

Post Views: 28
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In