• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ଆମେ ଦେଶରୁ ନକ୍ସଲବାଦକୁ ନିପାତ କରିବୁ: ଅମିତ ଶାହ

by Voice of Victims
February 9, 2025
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ଆମେ ଦେଶରୁ ନକ୍ସଲବାଦକୁ ନିପାତ କରିବୁ: ଅମିତ ଶାହ

ନୂଆଦିଲ୍ଲୀ: ଛତିଶଗଡ଼ର ବିଜାପୁରରେ ସୁରକ୍ଷାବାହିନୀ ୩୧ ଜଣ ନକ୍ସଲଙ୍କୁ ନିପାତ କରିଛନ୍ତି। ଭାରତକୁ ନକ୍ସଲ ମୁକ୍ତ କରିବା ଦିଗରେ ସୁରକ୍ଷା ବାହିନୀ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ବୋଲି କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ କହିଛନ୍ତି। ‘ଏକ୍ସ’ରେ ଏକ ପୋଷ୍ଟରେ କେନ୍ଦ୍ର ଗୃହମନ୍ତ୍ରୀ କହିଛନ୍ତି ଯେ ଭାରତକୁ ନକ୍ସଲ ମୁକ୍ତ କରିବା ପାଇଁ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି, ଏହି ଅପରେସନରେ ୩୧ ଜଣ ନକ୍ସଲ ନିହତ ହୋଇଛନ୍ତି ଏବଂ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ତଥା ବିସ୍ଫୋରକ ଜବତ କରାଯାଇଛି। କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ କହିଛନ୍ତି ଯେ, ଆଜି ମାନବ ବିରୋଧୀ ନକ୍ସଲବାଦର ମୂଳୋତ୍ପାଟନ ବେଳେ ଆମେ ଦୁଇ ଜଣ ବୀର ଯବାନଙ୍କୁ ହରାଇଛୁ। ଏହି ବୀରମାନଙ୍କ ନିକଟରେ ଦେଶ ସର୍ବଦା ଋଣୀ ରହିବ। ଶ୍ରୀ ଅମିତ ଶାହ ସହିଦ ଯବାନଙ୍କ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଆମେ ଦେଶରୁ ନକ୍ସଲବାଦର ମୂଳୋତ୍ପାଟନ କରିବୁ ଏବଂ ଏହା ଦ୍ୱାରା କୌଣସି ନାଗରିକଙ୍କୁ ଜୀବନ ହାରିବାକୁ ପଡ଼ିବ ନାହିଁ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

Post Views: 44
Tags: We will eradicate Naxalism from the country before March 31
Share197Tweet123Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In