• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଦିଲ୍ଲୀ-ଏନ୍‌ସିଆର୍‌ରେ ବଦଳିଲା ପାଗ, ଝଡ଼ତୋଫାନ ସହ ପ୍ରବଳ ବର୍ଷିଲା

by Voice of Victims
May 25, 2025
in ଦେଶ ବିଦେଶ, ମୁଖ୍ୟ ଖବର
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ନୂଆଦିଲ୍ଲୀ: ଦିଲ୍ଲୀ-ଏନ୍‌ସିଆର୍‌ରେ ବଦଳିଲା ପାଗ, ଝଡ଼ତୋଫାନ ସହ ପ୍ରବଳ ବର୍ଷିଲା ।   ରାଜଧାନୀ ବାସୀଙ୍କ ଜନଜୀବନ ବର୍ଷାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି । ପ୍ରବଳ ବର୍ଷା କାରଣରୁ ଟ୍ରାଫିକ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଥିବା ବେଳେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିବା ଦେଖିବାକୁ ମିଳିଛି ।  ଇନ୍ଦିରାଗାନ୍ଧୀ ଏୟାରପୋର୍ଟରେ ୧ନଂ ଟର୍ମିନାଲରେ ପାଣି ଯୋଗୁଁ ବିମାନ ଚଳାଚଳ ପ୍ରଭାବିତ । ଲଗାଣ ବର୍ଷା କାରଣରୁ ମୋଟ ୨୫ଟି ବିମାନର ଗତିପଥକୁ ପରିବର୍ତ୍ତନ କରାଯାଇଥିବା ଜଣାପଡିଛି । 

ସେପଟେ  ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । କେରଳ ସମେତ କର୍ଣ୍ଣାଟକ, ତାମିଲନାଡୁ ଓ ମିଜୋରାମର କିଛି ଅଞ୍ଚଳକୁ ମଧ୍ୟ ଅଗ୍ରସର ହୋଇଛି ମୌସୁମୀ । ଚଳିତ ବର୍ଷ ୮ ଦିନ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳରେ ପ୍ରବେଶ କରିଛି  । ୨୦୦୧ ଓ ୨୦୦୯ ମସିହାରେ ମେ’ ୨୩ରେ ମୌସୁମୀ ବାୟୁ କେରଳରେ ପ୍ରବେଶ କରିଥିଲା । ୧୯୯୦ ମସିହାରେ ମେ ମାସ ୧୯ ତାରିଖରେ ମୌସୁମୀ କେରଳରେ ପହଞ୍ଚିଥିଲା । ୨୦୦୦ରୁ ୨୦୨୫ ମଧ୍ୟରେ ୧୪ ଥର ମେ’ ମାସରେ ଓ ୧୨ ଥର ଜୁନ୍ ମାସରେ ମୌସୁମୀ କେରଳ ଛୁଇଁଥିଲା । ଏଥର ମୌସୁମୀ ଶୀଘ୍ର କେରଳ ଛୁଇଁଥିବାରୁ ଆସନ୍ତା ସପ୍ତାହ ମଧ୍ୟରେ ଓଡ଼ିଶାରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ମଧ୍ୟରେ ଓଡ଼ିଶାରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି ।

Post Views: 36
Share199Tweet124Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In