• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଶୀତକାଳୀନ ଅଧିବେଶନ: ୨୫ରେ ବିଜେଡି ଓ କଂଗ୍ରେସ ବିଧାୟକ ଦଳ ବୈଠକ

by Voice of Victims
November 24, 2024
in ମୁଖ୍ୟ ଖବର, ରାଜ୍ୟ
ଶୀତକାଳୀନ ଅଧିବେଶନ: ୨୫ରେ ବିଜେଡି ଓ କଂଗ୍ରେସ ବିଧାୟକ ଦଳ ବୈଠକ

ଭୁବନେଶ୍ବର : ଆସନ୍ତା ୨୬ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ। ଏହା ପୂର୍ବରୁ ୨୫ରେ କଂଗ୍ରେସ ଏବଂ ବିଜେଡିର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ବିରୋଧୀ କଂଗ୍ରେସ ଏବଂ ବିଜେଡି ଅନାହାର ମୃତ୍ୟୁ, ଦରଦାମ ବୃଦ୍ଧି, ଆଇନଶୃଙ୍ଖଳା ପରିସ୍ଥିତି, ନିଯୁକ୍ତି ଏବଂ ଶିଶୁ ବିକ୍ରି ପ୍ରସଙ୍ଗ ଗୃହରେ ଉଠାଇ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରୁଛନ୍ତି। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ ଶଙ୍ଖ ଭବନରେ ବିଜେଡିର ବିଧାୟକ ଦଳ ବୈଠକ ବସିବ ବୋଲି ଜଣାପଡ଼ିଛି। ଆଗାମୀ ଅଧିବେଶନରେ ଶାସକ ଦଳକୁ ଘେରିବା ପାଇଁ ବୈଠକରେ ରଣନୀତି ପ୍ରସ୍ତୁତ କରିବ କଂଗ୍ରେସ। ମୁଖ୍ୟତଃ କନ୍ଧମାଳ ଜିଲାରେ ଆମ୍ବ ଟାକୁଆ ଜାଉ ଖାଇ ୩ଜଣ ଆଦିବାସୀଙ୍କ ମୃତ୍ୟୁ ପ୍ରସଙ୍ଗ, ଦରଦାମ ବୃଦ୍ଧି, ଖଣିଜ ସମ୍ପଦକୁ ଘରୋଇ କମ୍ପାନୀ ହାତରେ ଟେକି ଦେବା ଭଳି ପ୍ରସଙ୍ଗ ଉତ୍ଥାପନ କରି ସରକାରଙ୍କୁ ଘେରିବାକୁ ରଣକୌଶଳ ତିଆରି କରୁଛି।  ଅନ୍ୟପଟେ ଗୃହରେ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଘେରିବାକୁ ବିଜେଡି ସଜବାଜ ହେଉଛି। ଆମ୍ବଟାକୁଆ ଜାଉ ଖାଇ ମୃତ୍ୟୁ, ରାୟଗଡ଼ା ଓ ଖପ୍ରାଖୋଲରେ ଶିଶୁ ବିକ୍ରି, ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଦରଦାମ ବୃଦ୍ଧି, ବିପର୍ୟ୍ୟସ୍ତ ଆଇନଶୃଙ୍ଖଳା ଆଦି ପ୍ରସଙ୍ଗ ଗୃହରେ ଉଠାଇବାକୁ ବିଜେଡି ରଣନୀତି ପ୍ରସ୍ତୁତ କରିଛି। ଆସନ୍ତା ୨୫ ତାରିଖ ଅପରାହ୍ଣରେ ଶଙ୍ଖ ଭବନରେ ବିଜେଡିର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ।

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In