• About Us
  • Contact Us
Thursday, November 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଡିସେମ୍ବର ସୁଦ୍ଧା ସରିବ ଶ୍ରୀଜଗନ୍ନାଥ ବଲ୍ଲଭ ପିଲଗ୍ରୀମ୍ ସେଣ୍ଟର କାମ, ଗୁଣ୍ଡିଚା ମନ୍ଦିରକୁ ପ୍ରବେଶ ନେଇ ହେବ ଟିକେଟ ବ୍ୟବସ୍ଥା

by Voice of Victims
October 15, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆଜିଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ : ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ସରିବ ଶ୍ରୀଜଗନ୍ନାଥ ବଲ୍ଲଭ ପିଲଗ୍ରୀମ୍ ସେଣ୍ଟର କାମ । ୨୦୨୬ ରଥଯାତ୍ରା ପୂର୍ବରୁ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସରିବ । ରଥଯାତ୍ରା ପରେ ପ୍ରକଳ୍ପର ଅନ୍ୟ ସବୁ କାର୍ଯ୍ୟ କରାଯିବ । ଶ୍ରୀଗୁଣ୍ଡିଚା ମନ୍ଦିରର ସମ୍ମୁଖ ଭାଗ ଉନ୍ନତୀକରଣ ହୋଇଥିବାବେଳେ ଏହାର ଚତୁଃପାର୍ଶ୍ଵର ଉନ୍ନତୀକରଣ ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ନିଷ୍ପତ୍ତି ହୋଇଛି ।  ଆଗାମୀ ଦିନରେ ଗୁଣ୍ଡିଚା ମନ୍ଦିରକୁ ପ୍ରବେଶ ନେଇ ଟିକେଟ ବ୍ୟବସ୍ଥା କରାଯିବ ।

ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବ କମିଟିର ଯୁଗ୍ମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ,ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଡ ଗିରିଶ ଚନ୍ଦ୍ର ମୁର୍ମୁ ପ୍ରମୁଖ ଉପସ୍ଥିତ ଥିଲେ। ସେବକମାନଙ୍କ ପିଲାଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ ପାଇଁ ମାଟି ତୋଟାରେ ଆଦର୍ଶ ଗୁରୁକୁଳ ନିର୍ମାଣ ହେବ । ଏନେଇ ଥିବା ଜମିଜମା ବିବାଦର ସମାଧାନ ଜିଲ୍ଲାପାଳ କରିବେ। ଶ୍ରୀଜଗନ୍ନାଥ ଧାମକୁ ଏକ ଶ୍ରେଷ୍ଠ ଧାର୍ମିକ ଓ ସାଂସ୍କୃତିକ ସ୍ଥଳରେ ପରିଣତ କରିବା ପାଇଁ ବୈଠକରେ ଆଲୋଚନା ହୋଇଥିଲା । ବିଭିନ୍ନ ପ୍ରକଳ୍ପକୁ ନେଇ ସାଂସ୍କୃତିକ ଏବଂ ବୈଷୟିକ ଦିଗ ପ୍ରତି ଆଲୋଚନା କରାଯାଇଛି ।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପୂର୍ଣ୍ଣ ଓ ଏହାର ରକ୍ଷଣାବେକ୍ଷଣ, ଶ୍ରୀମନ୍ଦିର ୭୫ ମିଟର ଜୋନ୍ ବାହାରେ ଅନ୍ନ କ୍ଷେତ୍ର ନିର୍ମାଣ, ଶ୍ରୀମନ୍ଦିର ହୋମଯଜ୍ଞ ପ୍ରକଳ୍ପ, ଶ୍ରୀମନ୍ଦିର ନାମଯଜ୍ଞ ପ୍ରକଳ୍ପ ସହିତ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା ।  ଶ୍ରୀମନ୍ଦିର ଐତିହ୍ୟ ଆଲୋକୀକରଣ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି ।  ନିଳାଦ୍ରୀ ଭକ୍ତନିବାସ ପଛରେ ଥିବା ସ୍ଥାନରେ ଏକ ନୂଆ ଭକ୍ତନିବାସ ସ୍ଥାପନା ହେବ । ଶ୍ରୀମନ୍ଦିର ଭିତରେ ପୋଲିସ ଏବଂ ଶ୍ରୀମନ୍ଦିର କର୍ମଚାରୀ ଓ ସେବାୟତଙ୍କ ପାଇଁ ମୋବାଇଲ ବ୍ୟବହାର ଉପରେ କଟକଣା ଲାଗୁ ହେବ ।

Post Views: 73
Share198Tweet124Send
Voice of Victims

Voice of Victims

Recent Posts

  • ଚାକିରି ଆଶାୟୀଙ୍କ ପାଇଁ ବଡ଼ ଖବର, ଗୋଟିଏ ପରୀକ୍ଷାରେ ମିଳିବ ଏକାଧିକ ନିଯୁକ୍ତି ସୁଯୋଗ!
  • ରାଜଧାନୀକୁ ମିଳିବ ନୂଆ ପର୍ଯ୍ୟଟନ ଠିକଣା; ୮୦ କୋଟି ଟଙ୍କାର ‘ପାଣ୍ଡରା ରିଭରଫ୍ରଣ୍ଟ’ ପ୍ରକଳ୍ପ
  • ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି ପ୍ରକ୍ରିୟା ପୁଣି ଆରମ୍ଭ
  • ରଙ୍ଗୀନ୍ ମହାନ୍ତି ନୟାଗଡ ଜିଲ୍ଲା ହକି ଆସୋସିଏସନ୍ ସଭାପତି ନିର୍ବାଚିତ
  • ନୟାଗଡ ଜିଲ୍ଲା ହକି ଆସୋସିଏସନ୍ ନିର୍ବାଚନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In